ଓଡିଶା କଳା ସଂସ୍କୃତି

ମହାବାହୁଙ୍କ ସ୍ନାନ ନିମିନ୍ତେ ପ୍ରସ୍ତୁତ ଅଭିମନ୍ତ୍ରିତ ଜଳରେ ରହିଛି କ’ଣ ?

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ । ଶ୍ରୀମନ୍ଦିର ରତ୍ନବେଦୀ ଛାଡ଼ି ସ୍ନାନମଣ୍ଡପରେ ବିରାଜିତ ହେବେ ଚତୁର୍ଦ୍ଧା ମୂରତି । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ । ସ୍ନାନମଣ୍ଡପରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ । ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ମଧ୍ୟାହ୍ନ ୧୨ଟା ୨୦ରେ ଜଳ ବିଜେ ନୀତି କରାଯିବ । ଅପରାହ୍ନ ୩ଟାରେ ଛେରା ପହଁରା ପରେ ୩ଟା ୪୦ରୁ ହାତୀବେଶ ଆରମ୍ଭ ହେବ । ସନ୍ଧ୍ୟା ୭ଟା ୩୦ରୁ ରାତି ୧୦ଟା ୩୦ ଯାଏଁ ସାହାଣ ମେଲା ଦର୍ଶନ ପାଇଁ ସମୟ ଧାର୍ଯ୍ୟ ହୋଇଛି ।

ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ଯଥା ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ,  ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ । ଏହି ଜଳରୁ ୩୫ ଗରା ଶ୍ରୀ ଜଗନ୍ନାଥଙ୍କୁ, ୩୩ ଗରା ଶ୍ରୀ ବଳଭଦ୍ରଙ୍କୁ, ୨୨ ଗରା ମାଆ ସୁଭଦ୍ରାଙ୍କୁ ଏବଂ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ ।

ବର୍ଷକ ପରେ ପୁଣିଥରେ ଭକ୍ତ ଓ ଭଗବାନଙ୍କ ମହାମିଳନକୁ ନେଇ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । ସ୍ନାନବେଦୀକୁ ରଙ୍ଗ ସହ ଆଲୋକମାଳାରେ ସୁସଜ୍ଜିତ କରାଯାଇଛି । ସ୍ନାନବେଦୀ ଉପରେ ଚାନ୍ଦୁଆ ଲଗାଯାଇଛି । ପହଣ୍ଡି ପୂର୍ବରୁ ଗତକାଲି ଦଇତାପତିଙ୍କ ଦ୍ୱାରା ବାହୁଟକଣ୍ଟ ନୀତି ଶେଷ ହୋଇଥିଲା । ଆଜି କୋଠ ସୁଆଁସିଆ ରତ୍ନସିଂହାସନରେ ଚାରମାଳ ବାନ୍ଧିବା ପରେ ଦଇତାପତିମାନେ ଶ୍ରୀବିଗ୍ରହଙ୍କ ସେନାପଟା ଲାଗି ନୀତିସଂପନ୍ନ କରିଛନ୍ତି ।

ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଦର୍ଶନ ପାଇଁ ଭକ୍ତମାନେ ସିଂହଦ୍ବାର ଦେଇ ପ୍ରବେଶ କରିବେ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦ୍ବାର ଦେଇ ପ୍ରସ୍ଥାନ କରିବେ । ବଡ଼ଦାଣ୍ଡ ଓ ବିଭିନ୍ନ ଗଳିରୁ ଆସୁଥିବା ଭକ୍ତମାନେ ଦର୍ଶନ ପାଇଁ କେବଳ ମାର୍କେଟ୍ ଛକରୁ ଆରମ୍ଭ ହୋଇଥିବା ବ୍ୟାରିକେଡ୍‌ ଦେଇ ପ୍ରବେଶ କରିବେ । ଭକ୍ତଙ୍କ ନିର୍ବିଘ୍ନ ଦର୍ଶନକୁ ଚଳିତବର୍ଷ ସର୍ବାଧିକ ଗୁରୁତ୍ବ ଦିଆଯାଇଛି । ଅବରୋଧମୁକ୍ତ ପରିବେଶରେ ଭକ୍ତମାନେ ଯେଭଳି ମହାପ୍ରଭୁଙ୍କ ସ୍ନାନନୀତି, ଗଜବେଶ ଦେଖିପାରିବେ ସେ ଦିଗକୁ ଗୁରୁତ୍ବ ଦିଆଯାଇଛି । ଲୋକଙ୍କ ଭିଡକୁ ଦୃଷ୍ଟିରେ ରଖି ମାର୍କେଟ ଛକରୁ ମିରିଚିକୋଟ ଛକ ଓ ମରିଚିକୋଟ ଛକରୁ ଶ୍ରୀନଅର ଯାଏଁ ସ୍ୱତନ୍ତ୍ର ବ୍ୟାରିକେଡ ହୋଇଛି । ଭିଡ଼ ନିୟନ୍ତ୍ରଣ ଓ ଆଇନଶୃଙ୍ଖଳା ପାଇଁ ୬୮ ପ୍ଲାଟୁନ୍‌ ଫୋର୍ସ ମୁତୟନ ହୋଇଛନ୍ତି । ୪୪୭ ପୁଲିସ ଅଧିକାରୀ, ୫୯୪ ହୋମଗାର୍ଡ, ୪ଶହରୁ ଅଧିକ କନେଷ୍ଟବଳଙ୍କୁ ନିୟୋଜିତ କରାଯାଇଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା