ଓଡିଶା

କୁମ୍ଭୀର ଆକ୍ରମଣରେ ମୃତ ନାବାଳକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସମବେଦନା…

ବ୍ୟୁରୋ ରିପୋର୍ଟ, ୨୯/୬ : ମହାନଦୀ କୂଳରେ ଖେଳୁଥିବା ସମୟରେ ୮ ବର୍ଷର ବାଳକକୁ ଟାଣିନେଲା କୁମ୍ଭୀର । ଅନୁଗୁଳ ସାତକୋଶିଆ ଗଣ୍ଡ ନିକଟ ଟିକରପଡ଼ା ଗାଁରେ କୁମ୍ଭୀର ଆତଙ୍କ । ମୃତ ନାବାଳକ ହେଉଛନ୍ତି ସେହି ଗାଁର ସମୀର ନାୟକ । କୁମ୍ଭୀର ଟାଣିନେବା ସମୟରେ ସ୍ଥାନୀୟ ଲୋକେ ଶିଶୁକୁ କୁମ୍ଭୀର ମୁହଁରୁ ଉଦ୍ଧାର କରିଥିଲେ ମଧ୍ୟ ତାର ମୃତ୍ୟୁ ହୋଇଯାଇଛି ।

ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି । ଏହା ସହିତ ମୃତ ବାଳକର ପରିବାରର ନିକଟତମ ଆତ୍ମୀୟଙ୍କୁ ୬ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସୂଚନା ଅନୁସାରେ, ଅନୁଗୁଳ ଟିକରପଡ଼ା ମହାନଦୀ କୂଳରେ ନାବାଳକ ଜଣକ ଖେଳୁଥିବା ବେଳେ ହଠାତ୍‌ କୁମ୍ଭୀରଟି ପଛପଟୁ ଆସି ଟାଣି ନେଇଥିଲା । ପରେ ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ବହୁ ଖୋଜାଖୋଜି କରିବା ପରେ ମହାନଦୀରୁ ନାବାଳକଙ୍କ ମୃତଦେହ ଉଦ୍ଧାର କରିଥିଲେ । ମୃତ ନାବାଳକ ଜଣକ ଟିକରପଡ଼ା ଘାଟ ସାହି ଅଞ୍ଚଳର । ପିଲାଟିର ମୃତ୍ୟୁରେ ଗାଁରେ ଶୋକର ଛାୟା ଖେଳିଯାଇଛି । ଏଥିସହ ସ୍ଥାନୀୟ ବାସିନ୍ଦା କୁମ୍ଭୀର ଆତଙ୍କରେ ଆତଙ୍କିତ ଥିବା ଜଣାପଡିଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା