ଓଡିଶା

ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ…

ବ୍ୟୁରୋ ରିପୋର୍ଟ, ୨୯/୬ : ଜୁଲାଇ ୧ ତାରିଖରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଏ ନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବିଭାଗ ପକ୍ଷରୁ କୁହାଯାଇଛି, ଆସନ୍ତା ଜୁଲାଇ ପହିଲା ଦିନ ୧୧ଟାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ସମୟରେ ମୁଖ୍ୟମନ୍ତ୍ରୀ କେଉଁଠି ବସିବେ, କେଉଁ ସ୍ଥାନରେ ଲୋକଙ୍କ ଅଭିଯୋଗ ଶୁଣିବେ, ଆଜି ତାର ସ୍ଥିତି ପରଖିଛନ୍ତି ସାଧାରଣ ପ୍ରଶାସନ ବିଭାଗ ସଚିବ ସୁରେନ୍ଦ୍ର କୁମାର । ବ୍ୟାରିକେଡ୍ ବ୍ୟବସ୍ଥା, ସିରିଏଲ ମାଧ୍ୟମରେ ଲୋକେ କିପରି ଆସିବେ, ସେନେଇ ଅଧିକାରୀଙ୍କ ସହ କଥା ହୋଇଛନ୍ତି ସଚିବ । ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି ସମୟରେ ୩୦ ଜଣ ବସିବା ପାଇଁ ବ୍ୟବସ୍ଥା ରହିବ । ପାନୀୟ ଜଳ ବ୍ୟବସ୍ଥା ମଧ୍ୟ କରାଯିବ । ୨ ଦିନରେ ସବୁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ମୁଖ୍ୟମନ୍ତ୍ରୀଙ୍କ ବାସଗୃହ ବୁଲି ଦେଖିଛନ୍ତି ସଚିବ । ଖୁବଶୀଘ୍ର ବାସଗୃହ କାମ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଅଭିଯୋଗ ଶୁଣାଣି ପାଇଁ ସେହିଦିନ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ ପଞ୍ଜିକରଣ କରାଯିବ । ଆଗ୍ରହୀ ବ୍ୟକ୍ତିମାନେ ଏହି ସମୟ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଉପସ୍ଥିତ ରହି ପଞ୍ଜିକରଣ କରିପାରିବେ ଓ ପରେ ସେମାନଙ୍କ ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏହାସହ ପ୍ରତ୍ୟେକ ସୋମବାର ଜିଲ୍ଲାପାଳମାନେ ଜିଲ୍ଲା ସ୍ତରରେ ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରତ୍ୟେକ ଅଭିଯୋଗକୁ ରାଜ୍ୟ ସରକାରଙ୍କ ଜନଶୁଣାଣି ପୋର୍ଟାଲରେ ପଞ୍ଜିକୃତ କରିବାକୁ କୁହାଯାଇଛି । ସାଧାରଣ ନିର୍ବାଚନ ଯୋଗୁଁ ଜିଲ୍ଲା ଓ ବିଭାଗସ୍ତରରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିଥିଲା ।

ତଥ୍ୟ ଅନୁସାରେ, ବିଜେଡି ସରକାର ଅମଳରେ ପ୍ରତ୍ୟେକ ସୋମବାର ବିଭାଗୀୟ ସଚିବ, ବିଭାଗୀୟ ମୁଖ୍ୟ ଓ ଜିଲ୍ଲାସ୍ତରରେ ଜିଲ୍ଲାପାଳ-ଏସପିମାନେ ଜନ ଅଭିଯୋଗ ଶୁଣାଣି କରୁଥିଲେ । ତେବେ ଖରାଦିନ ଓ ନିର୍ବାଚନ ସମୟରେ ଏହି ଶୁଣାଣି ବନ୍ଦ ରହୁଥିଲା । 

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା