ସୋମବାର ବନ୍ଦ ରହିବ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ…

ସୋମବାର ବନ୍ଦ ରହିବ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ । ଏ ନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଛୁଟି ଘୋଷଣା କରାଯାଇଛି । ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ପୂର୍ବରୁ ରାଜ୍ୟ ସରକାର ୮ ତାରିଖକୁ ଛୁଟି ଘୋଷଣା କରିଥିଲେ । ଏଥର ଶ୍ରୀଗୁଣ୍ଡିଚା ଯାତ୍ରା ଦୁଇ ଦିନ ଧରି ଅନୁଷ୍ଠିତ ହେବ । ଉଭୟ ୭ ଓ ୮ ତାରିଖରେ ରଥ ଟଣା ହେବ । ୮ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ଅଫିସ ସହିତ, ବ୍ୟାଙ୍କ ଓ କୋର୍ଟ ଆଦି ମଧ୍ୟ ବନ୍ଦ ରହିବ ।