ଦେଶ ବିଦେଶ

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରକୁ ଗୁଳିମାଡ଼ ।ଆକ୍ରମଣକାରୀ ୨୦ ବର୍ଷର ପେନସିଲଭେନିଆର ନାଗରିକ ।

ପେନସିଲଭେନିଆର ବଟଲରରେ ଶନିବାର ନିର୍ବାଚନ ପ୍ରଚାର କରୁଥିବା ବେଳେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରକୁ ଗୁଳିମାଡ଼ । ଏଥିରେ ସେ ସାମାନ୍ୟ ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ କାନର ଉପର ଭାଗରେ ବାଜି ପଳାଇଥିଲା । ଘଟଣା ସ୍ଥଳରେ ତାଙ୍କ କାନ ଓ ଗାଲରୁ ରକ୍ତ ବୋହୁଥିବା ଦେଖିବାକୁ ମିଳିଛି । ସେ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ଗୁଳିମାଡ଼ରେ ଜଣେ ସାଧାରଣ ନାଗରିକଙ୍କର ମୃତ୍ୟୁ ଘଟିଛି । ଏହାସହ ଅନ୍ୟ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଅନ୍ୟପକ୍ଷରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ଆକ୍ରମଣକାରୀଙ୍କ ମୃତ୍ୟୁ ଘଟିଛି । ଆକ୍ରମଣକାରୀ ୨୦ ବର୍ଷର ପେନସିଲଭେନିଆର ନାଗରିକ । ସେ କାହିଁକି ଗୁଳିମାଡ କଲା ତାର କାରଣ ଜଣାପଡିନଥିବାବେଳେ ଆକ୍ରମଣକାରୀର ନାମକୁ ସାର୍ବଜନୀନ କରିନାହିଁ ଫେଡେରାଲ ବ୍ୟୁରୋ ଅଫ୍ ଇନଭେଷ୍ଟିଗେସନ୍ ।

ଡୋନାଲ୍ଡ ଟ୍ରମ୍ପ ରିପବ୍ଲିକାନ ପାର୍ଟି ପକ୍ଷରୁ ରାଷ୍ଟ୍ରପତି ନିର୍ବାଚନ ଲଢ଼ୁଛନ୍ତି । ସେପଟେ ଜୋ ବାଇଡେନ ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ ହୋଇଛନ୍ତି । ଏହି ଘଟଣାକୁ ନେଇ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଉଦ୍‌ବେଗ ପ୍ରକାଶ କରିଛନ୍ତି । ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ ମାଧ୍ୟମରେ ପିଏମ ମୋଦୀ ଏହି ଆକ୍ରମଣକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ । ଏହି ଘଟଣାକୁ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ନିନ୍ଦା କରିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀ ଲେଖିଛନ୍ତି, ମୋର ବନ୍ଧୁ ତଥା ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇଥିବା ଆକ୍ରମଣ ମୋତେ ଗଭୀର ଭାବେ ଚିନ୍ତିତ କରିଛି । ମୁଁ ଏହି ଘଟଣାକୁ ଦୃଢ଼ ନିନ୍ଦା କରୁଛି । ରାଜନୀତି ଏବଂ ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ । ମୁଁ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି । ମୃତ ଓ ଆହତଙ୍କ ପରିବାର ସହିତ ଆମର ସମବେଦନା ଏବଂ ପ୍ରାର୍ଥନା ରହିଛି ବୋଲି ମୋଦୀ କହିଛନ୍ତି ।

ଅପରପକ୍ଷେ ଏହି ଘଟଣାକୁ ଉଭୟ ରିପବ୍ଲିକାନ୍ ଓ ଡେମୋକ୍ରେଟିକ୍ ପାର୍ଟି ପକ୍ଷରୁ ନିନ୍ଦା କରାଯାଇଛି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ମଧ୍ୟ ଏହି ଘଟଣାକୁ ନିନ୍ଦା କରିଛନ୍ତି । ସେ କହିଛନ୍ତି, ଆମେରିକାରେ ଏଭଳି ହିଂସାକାଣ୍ଡର କୌଣସି ସ୍ଥାନ ନାହିଁ । ଆମେ ସମସ୍ତେ ଏକାଠି ହୋଇ ଏହାର ନିନ୍ଦା କରିବା । 

Free2speak

About Author

Leave a comment

Your email address will not be published. Required fields are marked *

You may also like

ଦେଶ ବିଦେଶ ବ୍ୟବସାୟ

କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ଏକ ସାମୂହିକ ପ୍ରୟାସ ହେବା ଆବଶ୍ୟକ: ନିର୍ମଳା ସୀତାରମଣ |

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ପାଇଁ ସାମୂହିକ ପ୍ରୟାସ ଆବଶ୍ୟକ, କାରଣ ଟେକ୍ନୋଲୋଜି କ୍ରମାଗତଭାବେ ବିକଶିତ ହେଉଛି ଏବଂ ବଦଳୁଛି
ଦେଶ ବିଦେଶ

କର୍ଣ୍ଣାଟକରେ ଓମିକ୍ରନ୍ ଭୟ: ମଲ୍, ସିନେମା ହଲ୍ ପରିଦର୍ଶନ ପାଇଁ ଦୁଇଟି ଡୋଜ୍ ଜରୁରୀ | ବିଦ୍ୟାଳୟଗୁଡ଼ିକ ପାଇଁ ମଧ୍ୟ ନୂତନ ନିୟମ |

କର୍ଣ୍ଣାଟକ ସରକାର ଶୁକ୍ରବାର ଦିନ ମଲ, ପ୍ରେକ୍ଷାଳୟ ଏବଂ ସିନେମା ହଲ ପାଇଁ ବାଧ୍ୟତାମୂଳକ କରିଛନ୍ତି ଯେ କେବଳ ସେହି ପରିଦର୍ଶକଙ୍କୁ କୋଭିଡ -19 ଟିକା ନେଇଛନ୍ତି।