ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ବ୍ୟୁରୋ, (ଏଫ୍ଟୁଏସ୍) ୧୬/୦୭ :ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଯାଉଛି । ଯେଉଁଥିରେ ନଡ୍ଡା ଯୋଗ ଦେବେ ବୋଲି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ମଙ୍ଗଳବାର ସୂଚନା ଦେଇଛନ୍ତି । ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓଡିଶା ଆସିପାରୁନାହାଁନ୍ତି ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଏଥିସହ ବୈଠକରେ ଆଗାମୀ ଦିନର ରଣନୀତି ଓ କାର୍ଯ୍ୟପନ୍ଥା ଦଳ ପ୍ରସ୍ତୁତ କରିବ ବୋଲି ସେ କହିଛନ୍ତି । ଶାସକ ଦଳ ହିସାବରେ ଆଗାମୀ ଦିନରେ ଦଳ କେଉଁ କେଉଁ କାର୍ଯ୍ୟକ୍ରମ ହାତକୁ ନେବ ସେ ଦିଗରେ ରାଜନୈତିକ ଚିଠା ପ୍ରସ୍ତାବ ପାରିତ ହେବ ବୋଲି ମନମୋହନ ସାମଲ ସୂଚନା ଦେଇଛନ୍ତି ।