ଓଡିଶା

କଟକ ଏସସିବି ମେଡିକାଲରେ ଭର୍ତ୍ତି ପଦ୍ମଶ୍ରୀ କମଳା ପୂଜାରୀ…

ବ୍ୟୁରୋ, (ଏଫ୍ଟୁଏସ୍) ୧ ୮/୦୭ : ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ତାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁବାର ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଅଣାଯାଇ ଏସ୍‌ସିବିର ମେଡିସିନ୍‌ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା ଚାଲିଛି । କିଡ୍‌ନୀ ଜନିତ ସମସ୍ୟା ସହ ଜ୍ବର ରୋଗରେ ଆକ୍ରାନ୍ତ ହୋଇଛନ୍ତି କମଳା ପୂଜାରୀ । ଏସ୍‌ସିବି ମେଡିସିନ୍‌ ବିଭାଗର ପ୍ରଫେସର ଡା. ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ୪ଜଣିଆ ଡାକ୍ତରୀ ଟିମ୍‌ ତାଙ୍କର ଚିକିତ୍ସା କରୁଛନ୍ତି । ମେଡିସିନ୍‌ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡିସିନ୍‌ ବିଭାଗର ୪ଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍‌ ଗଠନ କରାଯାଇଛି ।

ଚଳିତ ବର୍ଷ ଜାନୁଆରୀ ଏବଂ ମାର୍ଚ୍ଚ ମାସରେ ଗୁରୁତର ଅସୁସ୍ଥ ହୋଇପଡିଥିଲେ କମଳା ପୂଜାରୀ । ସୂଚନାଯୋଗ୍ୟ, ପଦ୍ମଶ୍ରୀ କମଳା ପୂଜାରୀ ଜୈବିକ ପଦ୍ଧତିରେ ବିଭିନ୍ନ ପ୍ରକାରର ଧାନ ଉତ୍ପାଦନ କରି ଚର୍ଚ୍ଚାକୁ ଆସିଥିଲେ । ଏଥିପାଇଁ ତାଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ସମ୍ମାନର ସମ୍ମାନିତ କରିଥିଲେ ।  

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା