ଦେଶ ବିଦେଶ

ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ୬% ହ୍ରାସ…

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କର ସପ୍ତମ ବଜେଟ ଉପସ୍ଥାପନ କରିଛନ୍ତି । ଆଗକୁ ବାହାଘର ସିଜିନ ଆସୁଥିବା ବେଳେ ସୁନା, ରୁପା, ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି କମିବ । ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ୬% ହ୍ରାସ ହେବ । ପ୍ଲାଟିନମ ଉପରୁ ମଧ୍ୟ କଷ୍ଟମ ଡ୍ୟୁଟି ୬.୪% ହ୍ରାସ କରାଯିବ । ସେହିପରି ମୋବାଇଲ ଫୋନ ଏବଂ ଚାର୍ଜର, ବ୍ୟାଟେରୀ ଶସ୍ତା କରିବାକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି । ୧୫ ପ୍ରତିଶତ ସୀମା ଶୁଳ୍କ ହ୍ରାସ ନେଇ ଅର୍ଥମନ୍ତ୍ରୀଙ୍କ ଘୋଷଣା । ସୋଲାର ପ୍ୟାନେଲ, ସାମୁଦ୍ରିକ ଉତ୍ପାଦ ମଧ୍ୟ ଶସ୍ତା ହେବ । ଯାହା ଦ୍ୱାରା ସାଧାରଣ ଲୋକ ବେଶ ଉପକୃତ ହେବେ ।

୩ ପ୍ରକାର କ୍ୟାନ୍ସର୍‌ ଔଷଧ ଉପରୁ କଷ୍ଟମ ଡ୍ୟୁଟି କମିବ । ଔଷଧ ଓ ମେଡିକାଲ ଜିନିଷ ଉପରୁ କଷ୍ଟମ ଡ୍ୟୁଟି କମିବ । ଏକ୍ସରେ ଟ୍ୟୁବ ଉପରୁ ମଧ୍ୟ ଶୁଳ୍କ ହ୍ରାସ ନେଇ ବଜେଟରେ ଘୋଷଣା କରାଯାଇଛି । ପଲିଥିନ ଉପରେ କଷ୍ଟମ ଡ୍ୟୁଟି ମଧ୍ୟ ହ୍ରାସ କରାଯାଇଛି । ଅନ୍ୟପଟେ ପେଟ୍ରୋକେମିକାଲ ଉତ୍ପାଦ ଉପରେ ଶୁଳ୍କ ବଢ଼ିବ । ପ୍ଲାଷ୍ଟିକ ଓ ପ୍ଲାଷ୍ଟିକ ସଂପର୍କିତ ଉତ୍ପାଦ ଉପରେ ମଧ୍ୟ ଶୁଳ୍କ ବଢ଼ିବ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଦେଶ ବିଦେଶ ବ୍ୟବସାୟ

କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ଏକ ସାମୂହିକ ପ୍ରୟାସ ହେବା ଆବଶ୍ୟକ: ନିର୍ମଳା ସୀତାରମଣ |

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ପାଇଁ ସାମୂହିକ ପ୍ରୟାସ ଆବଶ୍ୟକ, କାରଣ ଟେକ୍ନୋଲୋଜି କ୍ରମାଗତଭାବେ ବିକଶିତ ହେଉଛି ଏବଂ ବଦଳୁଛି
ଦେଶ ବିଦେଶ

କର୍ଣ୍ଣାଟକରେ ଓମିକ୍ରନ୍ ଭୟ: ମଲ୍, ସିନେମା ହଲ୍ ପରିଦର୍ଶନ ପାଇଁ ଦୁଇଟି ଡୋଜ୍ ଜରୁରୀ | ବିଦ୍ୟାଳୟଗୁଡ଼ିକ ପାଇଁ ମଧ୍ୟ ନୂତନ ନିୟମ |

କର୍ଣ୍ଣାଟକ ସରକାର ଶୁକ୍ରବାର ଦିନ ମଲ, ପ୍ରେକ୍ଷାଳୟ ଏବଂ ସିନେମା ହଲ ପାଇଁ ବାଧ୍ୟତାମୂଳକ କରିଛନ୍ତି ଯେ କେବଳ ସେହି ପରିଦର୍ଶକଙ୍କୁ କୋଭିଡ -19 ଟିକା ନେଇଛନ୍ତି।