ଓଡିଶା

ବିପଦ ସଙ୍କେତ ଟପିଲା ଜଳକା ନଦୀର ଜଳସ୍ତର । ଭୟଭୀତ ଅବସ୍ଥାରେ ୧୦ ଟି ପଞ୍ଚାୟତର ଚାଷୀ…

ଜଳେଶ୍ୱର : ବିପଦ ସଙ୍କେତ ଟପିଲା ଜଳକା ନଦୀର ଜଳସ୍ତର । ନଦୀର ମଥାନୀଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ସକାଳା ୭ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୬ ମିଟରରେ ପ୍ରବାହିତ ହେଉଛି । ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଛି । ଉପର ମୁଣ୍ଡ ମୟୁରଭଞ୍ଜରେ ଲଗାଣ ବର୍ଷା ଯୋଗୁଁ ଜଳକା ନଦୀର ଜଳସ୍ତର ଫୁଲିବାରେ ଲାଗିଛି । ସେପଟେ ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କା ଭିତରେ ରହଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ । ଜଳକା ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାର ଶୁଳିଆପଦା, ମୋରଡା, ଚିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ କ୍ରମଶଃ ବଢୁଛି ନଦୀର ଜଳସ୍ତର । ବର୍ତ୍ତମାନ ଯଦି ବନ୍ୟା ହୁଏ ତେବେ ବସ୍ତା ଏବଂ ସଦର ବ୍ଲକର ପାଖାପାଖି ୧୦ ଟି ପଞ୍ଚାୟତର ଚାଷ କ୍ଷତି ହେବାର ଆଶଙ୍କା କରାଯାଉଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା