ଓଡିଶା

ରାଜ୍ୟରେ ଜାରି ରହିଛି ଲଘୁଚାପ ପ୍ରଭାବ । ତଥାପି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ…

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ଆଉ ଏକ ଘୁର୍ଣ୍ଣିବଳୟ, ଲଘୁଚାପର ରୂପ ନେଇପାରେ । ଏହାର ପ୍ରଭାବରେ ଆଜି ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଜଣାପଡିଛି । ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଢେଙ୍କାନାଳ, କଟକ, ମାଲକାନଗିରି କୋରାପୁଟ ଓ ନବରଙ୍ଗପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ଚଳିତ ମୌସୁମୀରେ ଜୁନ ୧ରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୭୮.୮ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ରାଜ୍ୟରେ କେବଳ ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା