ଦେଶ ବିଦେଶ

ହିମାଚଳ ପ୍ରଦେଶରେ ଭୟଙ୍କର ପରିସ୍ଥିତି…

ସମଗ୍ର ଉତ୍ତର ଭାରତରେ ଜାରି ରହିଛି ଲଗାଣ ବର୍ଷା । ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପରିସ୍ଥିତି ଜଟିଳ ହେବାରେ ଲାଗିଛି । ଏହାର ପ୍ରଭାବରେ ହିମାଚଳ ପ୍ରଦେଶର କୁଲୁ, ଶିମଲା ଓ ମଣ୍ଡିରେ ବାଦଲଫଟା ବର୍ଷା ହୋଇଛି । ବର୍ଷାରେ ଅନେକ ଘର ଧୋଇ ହୋଇ ଯାଇଛି । ରାମପୁର ସମେଜ ଗାଁରେ ୩୦ରୁ ଅଧିକ ଲୋକ ନିଖୋଜ ହୋଇ ଯାଇଛନ୍ତି । କୁଲୁ ପାର୍ବତି ନଦୀ କୂଳରେ ଏକ ବିଲ୍ଡିଂ ଭୁଶୁଡ଼ି ଯିବାର ଚିତ୍ର ମଧ୍ୟ ସାମ୍ନାକୁ ଆସିଛି । ପ୍ରବଳ ବର୍ଷା ଯୋଗୁ ଜଣଙ୍କ ଜୀବନ ଯାଇଛି ।

ସେପଟେ ବାଦଲ ଫଟା ବର୍ଷାରେ ଉତ୍ତରାଖଣ୍ଡ କେଦାରନାଥରେ ହଠାତ ବନ୍ୟା ଆସିବାରୁ ଭୟାବହ ସ୍ଥିତି ଦେଖିବାକୁ ମିଳିଛି । କେଦାରନାଥକୁ ଯାଉଥିବା ମୁଖ୍ୟ ରାସ୍ତାର ୩୦ କିଲୋମିଟର ମନ୍ଦାକିନୀ ନଦୀର ବନ୍ୟା ପାଣିରେ ଧୋଇ ହୋଇଯାଇଛି । ହଠାତ ବନ୍ୟା ଆସିବାରୁ ୨୦୦ରୁ ଅଧିକ ଶ୍ରଦ୍ଧାଳୁ ଫସିରହିଛନ୍ତି । ବର୍ତମାନ ଉତ୍ତରାଖଣ୍ଡ ସରକାର କେଦାରନାଥ ଯାତ୍ରାକୁ ସ୍ଥଗିତ ରଖିଛନ୍ତି । ଫସି ରହିଥିବା ଶ୍ରଦ୍ଧାଳୁଙ୍କୁ ଉଦ୍ଧାର କରିବା ପାଇଁ ସ୍ଥାନୀୟ ପ୍ରଶାସନ ଓ ଏସଡିଆରଏଫ୍ ନିୟୋଜିତ ହୋଇଛନ୍ତି ।

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ହିମାଚଳ ପ୍ରଦେଶର ବିଭିନ୍ନ ଅଞ୍ଚଳରେ ବାଦଲ ଫାଟିବା ଯୋଗୁଁ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ହିମାଚଳ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁଙ୍କ ସହ କଥା ହୋଇଛନ୍ତି । କେନ୍ଦ୍ର ସରକାରଙ୍କ ତରଫରୁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଦେଶ ବିଦେଶ ବ୍ୟବସାୟ

କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ଏକ ସାମୂହିକ ପ୍ରୟାସ ହେବା ଆବଶ୍ୟକ: ନିର୍ମଳା ସୀତାରମଣ |

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ପାଇଁ ସାମୂହିକ ପ୍ରୟାସ ଆବଶ୍ୟକ, କାରଣ ଟେକ୍ନୋଲୋଜି କ୍ରମାଗତଭାବେ ବିକଶିତ ହେଉଛି ଏବଂ ବଦଳୁଛି
ଦେଶ ବିଦେଶ

କର୍ଣ୍ଣାଟକରେ ଓମିକ୍ରନ୍ ଭୟ: ମଲ୍, ସିନେମା ହଲ୍ ପରିଦର୍ଶନ ପାଇଁ ଦୁଇଟି ଡୋଜ୍ ଜରୁରୀ | ବିଦ୍ୟାଳୟଗୁଡ଼ିକ ପାଇଁ ମଧ୍ୟ ନୂତନ ନିୟମ |

କର୍ଣ୍ଣାଟକ ସରକାର ଶୁକ୍ରବାର ଦିନ ମଲ, ପ୍ରେକ୍ଷାଳୟ ଏବଂ ସିନେମା ହଲ ପାଇଁ ବାଧ୍ୟତାମୂଳକ କରିଛନ୍ତି ଯେ କେବଳ ସେହି ପରିଦର୍ଶକଙ୍କୁ କୋଭିଡ -19 ଟିକା ନେଇଛନ୍ତି।