ବିଡିଓଙ୍କ ଘରେ ଭିଜିଲାନ୍ସ ରେଡ୍….

ବିଡିଓଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠଗଡ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ପ୍ରଦୀପଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ ଓ ଆଠଗଡ ସମେତ ଏକକାଳୀନ ୮ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ ।
ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ ମହଲା କୋଠା, ରାଜ ସୁନାଖଳାରେ ଥିବା ପୈତୃକ ଘର, ଭୁବନେଶ୍ୱର ଗୌତମନଗରସ୍ଥିତ ଶ୍ରୀ ଏନକ୍ଲେଭ ଆପାର୍ଟମେଣ୍ଟ ଦ୍ୱିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ପିଚୁକୁଳିରେ ଥିବା ସମ୍ପର୍କୀୟଙ୍କ ଘର, ଆଠଗଡ଼ରେ ଥିବା ଅଫିସ ଓ କ୍ୱାର୍ଟସରେ ରେଡ୍ କରାଯାଉଛି । ଏହି ଚଢ଼ାଉରେ ୬ ଜଣ ଡ଼ିଏସପି, ୬ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ ଷ୍ଟାଫ ସାମିଲ ହୋଇଛନ୍ତି ।
ପ୍ରଦୀପ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଛି ।୨୦୨୩ ମସିହା ଫେବୃଆରୀ ୨୩ ତାରିଖରେ ପ୍ରଦୀପ ଆଠଗଡ଼ରେ ବିଡ଼ିଓ ଭାବେ ନିଯୁକ୍ତି ପାଇଥିଲେ ।