ଦେଶ ବିଦେଶ

ଇସ୍ତଫା ଦେବେ ବାଂଲାଦେଶ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଓବାଇଦୁଲ ହାସନ…

ଇସ୍ତଫା ଦେବେ ବାଂଲାଦେଶ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଓବାଇଦୁଲ ହାସନ । ଆନ୍ଦୋଳନକାରୀମାନେ ସୁପ୍ରିମକୋର୍ଟ ସମ୍ମୁଖରେ ପ୍ରବଳ ବିକ୍ଷୋଭ ପ୍ରଦର୍ଶନ କରିବା ପରେ ପ୍ରଧାନ ବିଚାରପତି ଇସ୍ତଫା ଦେବାକୁ ମନସ୍ତ କରିଥିବା ଜଣାପଡିଛି । ଇସ୍ତଫା ନଦେଲେ ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ଓ ପ୍ରଧାନ ବିଚାରପତିଙ୍କ ବାସଭବନରେ ପଶିବେ ବୋଲି ବିକ୍ଷୋଭକାରୀମାନେ ଚେତାବନୀ ଦେଇଥିଲେ । ତେଣୁ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଓ ନିମ୍ନ ଅଦାଲତର ବିଚାରପତିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଧାନ ବିଚାରପତି ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି କହିଛନ୍ତି ।

ସୂଚନା ଅନୁସାରେ, ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ଇସ୍ତଫା ପରେ ପୁଣି ଆଜି ବାଂଲାଦେଶରେ ହିଂସା ପରିସ୍ଥିତି ସୃଷ୍ଟି ହୋଇଥିଲା । କିଛି ଛାତ୍ର ସଂଗଠନ ସୁପ୍ରିମକୋର୍ଟ ଘେରାଉ କରି ଗୋଟିଏ ଘଣ୍ଟା ମଧ୍ୟରେ ପ୍ରଧାନ ବିଚାରପତିଙ୍କ ସମେତ ଅନ୍ୟ ବିଚାରପତିଙ୍କ ଇସ୍ତଫା ଦାବି କରିଥିଲେ । ଇସ୍ତଫା ନ ଦେଲେ ଆକ୍ରମଣ ଚେତାବନୀ ଦେଇଥିଲେ ଆନ୍ଦୋଳନକାରୀ । ଆଜି ସନ୍ଧ୍ୟା ସୁଦ୍ଧା ପ୍ରଧାନ ବିଚାରପତି ଜଷ୍ଟିସ ଓବାଇଦୁଲ ହାସନ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇବେ ବୋଲି କହିଛନ୍ତି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଦେଶ ବିଦେଶ ବ୍ୟବସାୟ

କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ଏକ ସାମୂହିକ ପ୍ରୟାସ ହେବା ଆବଶ୍ୟକ: ନିର୍ମଳା ସୀତାରମଣ |

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ପାଇଁ ସାମୂହିକ ପ୍ରୟାସ ଆବଶ୍ୟକ, କାରଣ ଟେକ୍ନୋଲୋଜି କ୍ରମାଗତଭାବେ ବିକଶିତ ହେଉଛି ଏବଂ ବଦଳୁଛି
ଦେଶ ବିଦେଶ

କର୍ଣ୍ଣାଟକରେ ଓମିକ୍ରନ୍ ଭୟ: ମଲ୍, ସିନେମା ହଲ୍ ପରିଦର୍ଶନ ପାଇଁ ଦୁଇଟି ଡୋଜ୍ ଜରୁରୀ | ବିଦ୍ୟାଳୟଗୁଡ଼ିକ ପାଇଁ ମଧ୍ୟ ନୂତନ ନିୟମ |

କର୍ଣ୍ଣାଟକ ସରକାର ଶୁକ୍ରବାର ଦିନ ମଲ, ପ୍ରେକ୍ଷାଳୟ ଏବଂ ସିନେମା ହଲ ପାଇଁ ବାଧ୍ୟତାମୂଳକ କରିଛନ୍ତି ଯେ କେବଳ ସେହି ପରିଦର୍ଶକଙ୍କୁ କୋଭିଡ -19 ଟିକା ନେଇଛନ୍ତି।