ଓଡିଶା

ଘରେ ଘରେ ତ୍ରିରଙ୍ଗା ବାଣ୍ଟିବେ ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟ…

ଗଜପତି, (ଏଫ୍ଟୁଏସ୍/ ବିବେକାନନ୍ଦ ବେହେରା) : ସ୍ୱାଧୀନତାର ୭୮ତମ ପାଳନ ଉପଲକ୍ଷେ ଆଜାଦି କା ଅମ୍ରିତ ମହୋତ୍ସବ ପାଳନ ଅବସରରେ ଅଗଷ୍ଟ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ହର ଘର ତ୍ରିରଙ୍ଗା ଅଭିଯାନରେ ପ୍ରତ୍ୟେକ ଘରେ ଘରେ ତ୍ରିରଙ୍ଗା ଉଡାଇବା ପାଇଁ କେନ୍ଦ୍ର ସରକାର  ଆହ୍ୱାନ ଦେଇଛନ୍ତି । ଏହି ପରିପେକ୍ଷୀରେ ରାଜ୍ୟ ସରକାରଙ୍କ ଆଦେଶକ୍ରମେ ମିଶନ ଶକ୍ତି ସଂଘର କର୍ମକର୍ତ୍ତାଙ୍କ ମାଧ୍ୟମରେ ଜିଲ୍ଲାର ପ୍ରତ୍ୟେକ ପରିବାରକୁ ମାଗଣାରେ ଜାତୀୟ ପତାକା ବଣ୍ଟନ କରାଯିବ । ଏହି ପରିପେକ୍ଷୀ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକଙ୍କ ଅଧକ୍ଷତାରେ ଜାତୀୟ ପାତାକା ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମସ୍ତ ବ୍ଲକକୁ ୯୦ ହଜାର ପତାକା ବଣ୍ଟନ କରାଯାଇଛି । ଜାତୀୟ ପତାକା ଜିଲ୍ଲାର ସମସ୍ତ ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ଦ୍ୱାରା ପ୍ରତ୍ୟେକ ଘର ଘର ବୁଲି ବିନା ମୂଲ୍ୟରେ ବଣ୍ଟନ କରାଯିବ । ବଣ୍ଟନ କାର୍ଯ୍ୟକ୍ରମରେ ଟିମନ ଵାରା, ଜିଲ୍ଲା ମିଶନ ଶକ୍ତି ସଂଯୋଜକ ମନସ୍ମିତା ପାତ୍ର, ଡିପିଏ, ମିଶନ ଶକ୍ତି, ଜିଲ୍ଲା ସଂସ୍କୃତ ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ଓ ସମସ୍ତ ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳା ଓ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା