ଓଡିଶା

R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀଙ୍କ ଗହଣା ସୋରୁମ୍ । ସମ୍ପତ୍ତି ଦେଖି ତାଟକା ଭିଜିଲାନ୍ସ ଅଧିକାରୀ…

ଘର ନୁହେଁ ତ ସୁନା ଗହଣାର ସୋରୁମ୍ । ଭିଜିଲାନ୍ସ ଜାଲରେ R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ତାରା ପ୍ରସାଦଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, କଟକ, ଝାରସୁଗୁଡ଼ାର ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି । ବାବୁଙ୍କ ସମ୍ପତ୍ତି ଦେଖିଲେ ଆଖି ଖୋସିଦେବ । ଚଢ଼ାଉ ବେଳେ ଘରୁ ମିଳିଛି କେଜି କେଜି ସୁନା, ରୁପା, ହୀରା ଏବଂ ନଗଦ ଟଙ୍କା । ଏଥିସହ ସାମ୍ନାକୁ ଆସିଛି ମର୍ସିଡିଜ କାର । ଯାହକୁ ଦେଖି ତାଜୁବ ହୋଇ ଯାଇଛନ୍ତି ଭିଜିଲାନ୍ସ ଅଧିକାରୀ ।

ପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ନାଁରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା । ଏହାପରେ ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ରେଡ୍ କରିଛି । ଏହି ଚଢାଉରେ ୧୨ ଜଣ ଡିଏସପି, ୧୨ ଜଣ ଇନ୍ସପେକ୍ଟର, ୧୬ ଜଣ ଏଏସ୍ଆଇ ଓ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି । ଭୁବନେଶ୍ୱର ନୟାପଲ୍ଲୀର ଅର୍ପଣ ଆପାର୍ଟମେଣ୍ଟରେ ଥିବା ଘର, ଖଣ୍ଡଗିରି କସମୋପଲିସରେ ଥିବା ଫ୍ଲାଟ୍, ଝାରସୁଗୁଡ଼ା ଆସିଆନା ଆପାର୍ଟମେଣ୍ଟରେ ଥିବା ୩ଟି ଫ୍ଲାଟ୍, କଟକ ଆଠଗଡ଼ରେ ଥିବା ପୈତୃକ ଘର ଓ ତିଗିରିଆରେ ରହୁଥିବା ସମ୍ପର୍କୀୟଙ୍କ ଘରେ ଚଢାଉ କରାଯାଇଛି । ଚଢ଼ାଉ ବେଳେ ବିଭିନ୍ନ ଡିଜାଇନର ବହୁ ଗହଣା ସାଙ୍ଗକୁ ସୁନା ବିସ୍କୁଟ୍, ସୁନା କଏନ୍, ରୂପା ବାସନ ଓ ସୁନାର ଠାକୁର ମୂର୍ତ୍ତି ସାଙ୍ଗକୁ ଭିନ୍ନ ଭିନ୍ନ ଡିଜାଇନର ଦାମୀ ଘଣ୍ଟା ଏବଂ ବହୁ ବିଦେଶୀ ମୁଦ୍ରା ମିଳିଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା