ଓଡିଶା

ଘରେ ଘରେ ତ୍ରିରଙ୍ଗା ଅଭିଯାନ, ବନ୍ଦେ ମାତରାମ୍ ସ୍ଲୋଗାନରେ ସହର ପ୍ରକମ୍ପିତ…

ଗଜପତି, (ଏଫ୍ଟୁଏସ୍/ ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ପାରଳା ରାଜନହର ଛକଠାରୁ ଆରମ୍ଭ ହୋଇଥିଲା । ଏଥିରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀମାନେ ତ୍ରିରଙ୍ଗା ପତାକା ଧରି ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ଏହି ଅବସରରେ ବନ୍ଦେ ମାତରାମ୍ ସ୍ଲୋଗାନରେ ସହର ପ୍ରକମ୍ପିତ ହୋଇ ଉଠିଥିଲା । ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼ଃ ଗୁଣନିଧି ନାୟକ ସବୁଜ ପତାକା ଦେଖାଇ ଶୋଭାଯାତ୍ରା କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ତ୍ରିରଙ୍ଗା ଶୋଭାଯାତ୍ରା ପହଞ୍ଚିବା ପରେ ନୂତନ ଭାବେ ଦାୟିତ୍ବ ଗ୍ରହଣ କରିଥିବା ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ପରେ ଏକ ଦସ୍ତଖତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା ମଙ୍ଗରାଜ, ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁ ମାଇ ଓ ବିଭିନ୍ନ ଶିକ୍ଷାନୁଷ୍ଠାନର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା