ଓଡିଶା

ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ…

ଜଗତସିଂହପୁର, (ଏଫ୍ଟୁଏସ୍/ ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ କଲେଜ ନିକଟ ଇଣ୍ଡୋର ଷ୍ଟାଡିୟମଠାରୁ ଏକ ବିରାଟ ତ୍ରିରଙ୍ଗା ଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଁଚିଥିଲା । ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ ଏହି ତ୍ରିରଙ୍ଗା ଶୋଭାଯାତ୍ରାକୁ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଜେ ସୋନାଲ, ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ରାଉତ, ଉପ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ପୌରାଧକ୍ଷା ଅର୍ଚ୍ଚନା ସିଂ, ବିଡ଼ିଓ, ତହସିଲଦାର ଓ ସମସ୍ତ ବିଭାଗୀୟ କର୍ମଚାରୀମାନେ ସାମିଲ ହୋଇଥିଲେ । ଆସନ୍ତା ତିନି ଦିନ ଧରି ଏହି କାର୍ଯ୍ୟକ୍ରମ ଚାଲିବା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନରେ ପ୍ରତିଟି ଲୋକଙ୍କ ଘରେ ତ୍ରିରଙ୍ଗା ପହଞ୍ଚାଇ ଦିଆଯିବ । ଦେଶ ଭକ୍ତି ଭାବ ଭାରତବାସୀଙ୍କ ହୃଦୟରେ ପହଁଚେଇବା ଓ ସ୍ବାଧୀନତା ଦିବସ ଅବସରରେ ପୁଣି ସମସ୍ତଙ୍କ ମଧ୍ୟରେ ଜାଗରଣ ସୃଷ୍ଟି କରିବା ଏହି ତ୍ରିରଙ୍ଗା ଯାତ୍ରାର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଜିଲ୍ଲାପାଳ ଜେ ସୋନାଲ କହିଛନ୍ତି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା