ଓଡିଶା

ପରପାରିରେ ମହାରାଜ କଂସ….

ପରପାରିରେ ମହାରାଜ କଂସ । ବରଗଡ଼ ଧନୁଯାତ୍ରାର ସୁନାମଧନ୍ୟ କଳାକାର ତଥା ପୂର୍ବତନ କଂସ ମହାରାଜ ଗୋପାଳ ସାହୁଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା । ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଥିବା ସୂଚନା ମିଳିଛି । ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାରେ ଦୀର୍ଘ ୨୩ ବର୍ଷ ଧରି ସେ ଅଭିନୟ କରିଆସୁଥିଲେ । ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ।

ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କାଇଁଶିର ଗ୍ରାମର ସେ ବାସିନ୍ଦା ଥିଲେ । ଝାରସୁଗୁଡ଼ାରେ ରହୁଥିବା ସାନପୁଅଙ୍କ ଘରେ ଗୋପାଳ ରହୁଥିଲେ । ଗତକାଲି  ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଝାରସୁଗୁଡ଼ାରର ଏକ  ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମଳିଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା