ଓଡିଶା

ଶ୍ରୀକ୍ଷେତ୍ର ଧାମକୁ ନେଇ ବଡ ଘୋଷଣା । ରାଜ୍ୟରେ ସୁଗମ ହେବ ଗମନାଗମନ ବ୍ୟବସ୍ଥା…

ଶ୍ରୀକ୍ଷେତ୍ର ଧାମକୁ ନେଇ ବଡ ଘୋଷଣା । କେନ୍ଦ୍ର ସଡକ, ପରିବହନ ମନ୍ତ୍ରୀଙ୍କୁ ନୀତିନ ଗଡକରୀଙ୍କୁ  ଭେଟିବା ପରେ ବଡ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶ୍ରଦ୍ଧାଳୁଙ୍କ ଗମନା ଗମନାକୁ ସୁଗମ କରିବା ପାଇଁ ୪ ଲେନ୍‌ ବିଶିଷ୍ଟ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ୬ ଲେନ୍‌ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏଥିସହ ରାସ୍ତାର ଦୁଇ ପାର୍ଶ୍ୱରେ ସର୍ଭିସ୍‌ ରୋଡ୍‌ ତିଆରି ହେବ । ଏଥିପାଇଁ ଖର୍ଚ୍ଚ ହେବ ୧୮ ଶହ କୋଟି ଟଙ୍କା । ସେହିପରି ଚଣ୍ଡିଖୋଲରୁ ବଡବିଲ ପର୍ଯ୍ୟନ୍ତ ପ୍ରାୟ ୨୦୦ କିମି ବ୍ୟାପୀ ରାସ୍ତା ହେବ ୮ ଲେନ୍‌ ବିଶିଷ୍ଟ । ଏଥିସହ ୨ ଲେନ୍ ସର୍ଭିସ ରୋଡ୍ ମଧ୍ୟ ରହିବ । ବର୍ତ୍ତମାନ ଚଣ୍ଡିଖୋଲ-ପାରାଦୀପ ରାସ୍ତା ନିର୍ମାଣ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେହିପରି ଖୋର୍ଦ୍ଧା-ନୟାଗଡ ଏନ୍‌ଏଚ୍ -୫୭କୁ ୪ ଲେନ୍ ବିଶିଷ୍ଟ, କେସିଙ୍ଗା-ଜୁନାଗଡ ରାସ୍ତାକୁ ୪ ଲେନ୍ ବିଶିଷ୍ଟ କରିବା ପାଇଁ କେନ୍ଦ୍ରୀୟ ସଡକ ଓ ଭିତ୍ତିଭୂମି ପାଣ୍ଠି ମିଳିଛି । ଏହାବାଦ୍ ସେତୁବନ୍ଧ ଯୋଜନାରେ ମଧ୍ୟ ଓଡିଶାକୁ ୨୫୦ କୋଟି ଟଙ୍କା ଅନୁଦାନ ମିଳିଛି । ମୋଟ ୨୧ ହଜାର ୬୫୦ କୋଟି ଟଙ୍କାର ପ୍ରକଳ୍ପ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇଛନ୍ତି ।

ସୂଚନା ଅନୁସାରେ, ଆଜି ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଭେଟିଥିଲେ । ରାଜ୍ୟରେ ୫୧ଟି ଜାତୀୟ ରାଜପଥ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଥିଲେ । ତାଙ୍କ ସହ ରାଜ୍ୟ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ବିଭାଗୀୟ ଅଧିକାରୀମାନେ ଯାଇଥିଲେ । ଓଡ଼ିଶାର ଗମନାଗମନ କ୍ଷେତ୍ରର ଉନ୍ନତି ପାଇଁ ପ୍ରକଳ୍ପ ଗୁଡିକୁ ତ୍ୱରାନ୍ୱିତ କରି ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ କରିବା ପାଇଁ ଗଡକରୀ ପ୍ରତିଶ୍ରୁତି ଦେଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । 

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା