ଓଡିଶା

ବୋଲଗଡ଼ ବ୍ଲକ୍ ପ୍ରଶାସନ ପକ୍ଷରୁ ୭୮ତମ ସ୍ୱାଧୀନତା ଦିବସ ଓ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ…

ଖୋର୍ଦ୍ଧା, (ଏଫ୍ଟୁଏସ୍/ ପ୍ରସନ୍ନ କୁମାର ସ୍ୱାଇଁ) : ଭାରତ ସରକାରଙ୍କ ନିଦେ୍ର୍ଦଶକ୍ରମେ ବୋଲଗଡ଼ ବ୍ଲକ୍ ପ୍ରଶାସନ ପକ୍ଷରୁ ୭୮ତମ ସ୍ୱାଧୀନତା ଦିବସ ଓ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ସ୍କୁଲମାନଙ୍କର ଛାତ୍ରଛାତ୍ରୀ ଉପସ୍ଥିତ ରହି ନିଜର ଗୀତ, ନାଚ ଓ କଳାକୃତି ପ୍ରଦର୍ଶନ କରିଥିଲେ । ଏହି ପ୍ରଦର୍ଶନୀକୁ ସ୍ଥାନୀୟ ବିଧାୟକ ପ୍ରଦୀପ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମରେ ବୋଲଗଡ଼ ବିଡ଼ିଓ ଶରତ ଚନ୍ଦ୍ର ମଲ୍ଲିକ, ଜିଲ୍ଲାପରିଷଦ ସୁବାସ ଚନ୍ଦ୍ର ରାୟଗୁରୁ, ଜିଲ୍ଲା ପରିଷଦ ସଦସ୍ୟା ସୁନନ୍ଦିତା ସାହୁ, ସରପଞ୍ଚ ପ୍ରଫୁଲ୍ଲ କୁମାର ପ୍ରଧାନ, ସ୍ଥାନୀୟ ସରପଞ୍ଚ ଗୀତାଞ୍ଜଳି ସାହୁ, ଏବିଡ଼ିଓ ରତିକାନ୍ତ ମିଶ୍ର ପ୍ରମୁଖ ଅତିଥିମାନେ ମଞ୍ଚସୀନ ରହି ଭାରତ ସରକାରଙ୍କ ହର୍ ଘର୍ ତ୍ରିରଙ୍ଗା ଉପରେ ବିସ୍ତୃତ ଆଲୋଚନା କରିଥିଲେ । ଏହି ପରିପ୍ରେକ୍ଷୀରେ ବୋଲଗଡ଼ ବ୍ଲକର ସ୍ୱାଧୀନତା ସଂଗ୍ରାମୀମାନଙ୍କ ଦାୟଦମାନଙ୍କୁ ଉପଢୌକନ ସହ ସମ୍ବର୍ଦ୍ଧିତ କରାଯିବା ସହିତ ଅଂଶଗ୍ରହଣ କରିଥିବା କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧତ କରିଥିଲେ ।
ଏହି ଅବସରରେ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କ ଦ୍ୱାରା ସୁନ୍ଦର ଝୋଟି ଚିତ୍ର ପ୍ରଦର୍ଶନ କରାଯାଇଥିଲା । ଏହାକୁ ମୁଖ୍ୟ ଅତିଥିଙ୍କ ସମେତ ମାନ୍ୟଗଣ୍ୟ ବ୍ୟକ୍ତିମାନେ ବୁଲି ଦେଖି ପ୍ରଶଂସା କରିଥିଲେ । କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ପଞ୍ଚାୟତରୁ ସହସ୍ରାଧିକ ମହିଳା ଓ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ଏହାସହ ବିଭାଜନ ବିଭୀଷିକାକୁ ନେଇ ସ୍ୱତନ୍ତ୍ର ଆଲୋଚନା ଚକ୍ରର ଆୟୋଜିତ ହୋଇଥିଲା । ସାମ୍ପ୍ରଦାୟିକ ସଦଭାବନା ସୃଷ୍ଟି କରିବା ସହ ଭବିଷ୍ୟତ ପିଢ଼ିଙ୍କୁ ଏନେଇ ଅବଗତ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦେ୍ଦଶ୍ୟ ବୋଲି କହିଥିଲେ ବିଧାୟକ ଶ୍ରୀ ସାହୁ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା