ଓଡିଶା

ହିନ୍ଦୋଳ ଉପଖଣ୍ଡସ୍ତରୀୟ ୭୮ ତମ ସ୍ବାଧିନତା ଦିବସ ପାଳିତ…

ଢେଙ୍କାନାଳ, (ଏଫ୍ଟୁଏସ୍ / ସୁଜିତ୍ କୁମାର ବେହେରା) : ହିନ୍ଦୋଳ ଉପଖଣ୍ଡ ସ୍ତରୀୟ ୭୮ ତମ ସ୍ବାଧିନତା ଦିବସ ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଜାତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ଶିବାନନ୍ଦ ସ୍ୱାଇଁ ଯୋଗ ଦେଇଥିଲେ । ସ୍ଥାନୀୟ ମିନି ଷ୍ଟାଡିୟମରେ ସେ ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପରେଡରେ  ଅଭିବାଦନ ଗ୍ରହଣ କରିଥିଲେ । ପରେଡରେ ମହାବିଦ୍ୟାଳୟ ଏନ୍ ସି ସି, ସ୍କାଉଟ ଗାଇଡ, ସିବିଲିଆନ୍ ଇତ୍ୟାଦି ଦଳଙ୍କୁ ମିଶାଇ ମୋଟ ୨୨ ପ୍ଲାଟୁନ ଅଂଶ ଗ୍ରହଣ କରିଥିଲେ । ମୁଖ୍ୟ ଅତିଥି ଓ ଅନ୍ୟାନ୍ୟ ଅତିଥି ଗଣ ଉପଖଣ୍ଡ ମହକୁମାରେ ଅବସ୍ଥାପିତ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ଉପଖଣ୍ଡ ସ୍ତରୀୟ ଉତ୍ସବରେ ଯୋଗ ଦେଇଥିଲେ । ଏହି ଉପଲକ୍ଷେ ଉଦବୋଧନ ଦେଇ ମୁଖ୍ୟ ଅତିଥି ସ୍ଵାଧୀନତା ସଂଗ୍ରାମୀଙ୍କ ସ୍ମୁତି ଚାରଣ କରିଥିଲେ । ଏହି ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କୁ ନେଇ ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । କୃଷି, ଉଦ୍ୟାନ କୃଷି, ଅଙ୍ଗନୱାଡ଼ି ସେବା, ମହିଳା ସ୍ବାସ୍ଥ୍ୟ କର୍ମୀ, ସମାଜ ସେବୀ, ଏନ୍ଏସିର କେତେକ ସଫେଇ କର୍ମଚାରୀଙ୍କୁ ମୁଖ୍ୟ ଅତିଥି ସେମାନଙ୍କ ଉଲ୍ଲେଖନୀୟ ସେବା ଓ ଅବଦାନ ପାଇଁ ସମ୍ବର୍ଦ୍ଧିତ କରିଥିଲେ । ବ୍ଲକ ପ୍ରଶାସନ ଓ ଏନ୍ଏସିର ମିଳିତ ଆୟୋଜନରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଉପଖଣ୍ଡ ରେଡ୍ କ୍ରସ୍ ସଂସ୍ଥା ପକ୍ଷରୁ ପ୍ରଦତ୍ତ ଅର୍ଥରେ ମୁଖ୍ୟ ଅତିଥି ଉପଖଣ୍ଡ ଡାକ୍ତରଖାନାର ଅନ୍ତେବାସୀ ରୋଗୀ ଓ ଉପକାରାଗାରର ବିଚାରଧୀନ ବନ୍ଦୀମାନଙ୍କୁ ଫଳ ଓ ପାଉଁରୁଟି ବଣ୍ଟନ କରିଥିଲେ । ପରେ ହିନ୍ଦୋଳ ଏକାଦଶ ଓ ଦୁଡୁରୁକୋଟ ଦଳ ମଧ୍ୟରେ ଏକ ପ୍ରଦର୍ଶନୀ ଫୁଟବଲ୍ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା