ଓଡିଶା

ବିଜେଡିରୁ ସୁଜିତଙ୍କ ଇସ୍ତଫା । ରାଜ୍ୟସଭାରେ ବିଜେଡିର ସଦସ୍ୟ ସଂଖ୍ୟା ଏବେ ୭…

ବ୍ୟୁରୋ ରିପୋର୍ଟ : ପୁଣିଥରେ ବିଜେଡିକୁ ଲାଗିଲା ଶକ୍ତ ଝଟକା । ଉଭୟ ବିଜେଡି ଓ ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର । ସେ ବିଜେଡି ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଓ ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ଇସ୍ତଫାପତ୍ର ପଠାଇଛନ୍ତି । ଏହାସହ ବିଜେଡି ଛାଡ଼ିବାର କିଛି ସମୟ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଭର୍ତ୍ତୃହରି ମହତାବ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମରଙ୍କ ଉପସ୍ଥିତରେ ପଦ୍ମ ଧରିଛନ୍ତି ସୁଜିତ କୁମାର । ଦଳରେ ସୁଜିତଙ୍କୁ ଅନାଦର କରାଯାଉଥିବା ଅଭିଯୋଗ କରିବା ସହ ତାଙ୍କ ପଲିଟିକାଲ କ୍ୟାରିଅର ଶେଷ କରିଦିଆଯିବାକୁ ବାରମ୍ବାର ଧମକ ଦିଆଯାଉଥିବା କହିଛନ୍ତି ସୁଜିତ୍ କୁମାର । ତେଣୁ ଦଳରେ ଆଉ ତାଙ୍କର ସେବା ଆବଶ୍ୟକ ନଥିଲା ବୋଲି ଅନୁଭବ କରି ସେ ଦଳରୁ ମଧ୍ୟ ଇସ୍ତଫା ଦେଇଥିବା କହିଛନ୍ତି । ୨୦୨୬ରେ ସୁଜିତ କୁମାରଙ୍କ କାର୍ଯ୍ୟକାଳ ସରିଥାନ୍ତା । ମାତ୍ର କାର୍ଯ୍ୟକାଳ ସରିବାର ୨ ବର୍ଷ ପୂର୍ବରୁ ସୁଜିତ ରାଜ୍ୟସଭାରୁ ଇସ୍ତଫା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, କିଛି ଦିନତଳେ କୁଡୁମୀ ସମ୍ପ୍ରଦାୟର ଟାଣୁଆ ନେତ୍ରୀ ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଥିଲେ । ପରେ ସେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ । ବିଜେପି ମମତାଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିଥିଲା । ମମତା ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ମମତା ଓ ସୁଜିତଙ୍କ ଇସ୍ତଫା ପରେ ରାଜ୍ୟସଭାରେ ଏବେ ବିଜେଡିର ସଦସ୍ୟ ସଂଖ୍ୟା ୭କୁ ଖସି ଆସିଛି । ସେପଟେ ଲୋକସଭାରେ ମଧ୍ୟ ବିଜେଡିର କୌଣସି ସଦସ୍ୟ ନାହାନ୍ତି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା