ଓଡିଶା

୧୦୦ ଦିନର ରିପୋର୍ଟ କାର୍ଡ ଦେଲେ ଏବଂ ବିଜେଡି ସରକାରକୁ ଦୃଢ ନିନ୍ଦା କଲେ ମୋହନ ସରକାର…

ରାଜ୍ୟରେ ମୋହନ ସରକାରକୁ ପୂରିଛି ୧୦୦ ଦିନ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଜେପି ସରକାରଙ୍କ ୧୦୦ ଦିନର ହିସାବ ଦେଇଛନ୍ତି । କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ, ରାଜ୍ୟ କ୍ୟାବିନେଟ, କେନ୍ଦ୍ରମନ୍ତ୍ରୀ, ସମସ୍ତ ବିଧାୟକ, ସାଂସଦ ଓ ଅନ୍ୟ ବରିଷ୍ଠ ନେତା ସାମିଲ ହୋଇଥିଲେ ।

ସରକାରର ଶହେ ଦିନ ଭିତରେ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିଛି । ଏହାସହ ରତ୍ନଭଣ୍ଡାର ଖୋଲି ଗଣତି ମଣତି ପାଇଁ ପ୍ରକ୍ରିୟା ଆରମ୍ଭ କରାଯାଇଛି । ସୁଭଦ୍ରା ଯୋଜନାରେ ମହିଳାଙ୍କୁ ୫୦ ହଜାର ସହାୟତାର ପ୍ରଥମ କିସ୍ତି ବି ମିଳିଛି । ଏହାରି ଭିତରେ ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରାଇବା ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା । ଏଥିପାଇଁ କମିଟି ଗଠନ ହୋଇ ଆଇନଗତ ଦିଗକୁ ତର୍ଜମା କରୁଛି । ପୂର୍ବ ସରକାର ଲୋକଙ୍କ ସମସ୍ୟା ଶୁଣୁ ନ ଥିଲେ । ମାତ୍ର ଏବେ ନୂଆ ସରକାର ଭୁବନେଶ୍ବରରେ ଲୋକଙ୍କ ଅଭିଯୋଗ ଶୁଣୁଛି, ସମସ୍ୟା ସମାଧାନ ବି କରୁଛୁ । ଆଗାମୀ ଦିନରେ ସବୁ ଜିଲ୍ଲାରେ ଅଭିଯୋଗ ପ୍ରକୋଷ୍ଠ କରି ଶୁଣାଣି ହେବ ।

ଏସବୁ ଉପଲବଧିକୁ ନେଇ ପ୍ରସ୍ତୁତ ରିପୋର୍ଟ କାର୍ଡକୁ ରାଜ୍ୟବାସୀଙ୍କୁ ଜଣାଇଛନ୍ତି ମୋହନ ସରକାର । ପୁରୀରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ପରେ ୨୦ରୁ ୨୨ ତାରିଖ ଯାଏଁ ଜିଲ୍ଲା ଏବଂ ନିର୍ବାଚନ ମଣ୍ଡଳୀରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ହେବ । ଏଥିପାଇଁ  ପୁଲିସ ପ୍ରଶାସନ ପକ୍ଷରୁ ଆବଶ୍ୟକ ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।  

ଆୟୋଜିତ ବିଜେପି ସରକାରଙ୍କ ୧୦୦ ଦିନର ହିସାବ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଜେଡି ସରକାରଙ୍କୁ ମଧ୍ୟ ଖୋଲା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ପୂର୍ବ ସରକାର ଅଭିଯୋଗ ଶୁଣୁ ନ ଥିଲେ, ବରଂ ତାଙ୍କ ଇଚ୍ଛାରେ କାର୍ଯ୍ୟ କରୁଥିଲେ । ପୂର୍ବ ସରକାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ମଧ୍ୟ ରାଜନୀତି କରୁଥିଲେ । ସରକାର ସବୁବେଳେ ଲୋକଙ୍କ ମତ ଏବଂ ହିତକୁ ନେଇ କାର୍ଯ୍ୟ କରିବା ଜରୁରୀ । ପୂର୍ବ ସରକାର ଦୁର୍ନୀତି ଅଭିଯୋଗରେ କେବଳ କିରାଣିଙ୍କୁ ଧରୁଥି‌ଲେ । କିନ୍ତୁ ଆମେ ସେଭଳି କରୁନାହୁଁ । ଦୁର୍ନୀତିରେ ଜଡ଼ିତ ଅଧିକାରୀଙ୍କୁ ଆମେ ଦଣ୍ଡ ଦେଉଛୁ । ଇତିମଧ୍ୟରେ ୫୮ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଗିରଫଙ୍କ ମଧ୍ୟରେ ୧୭ ଜଣ କ୍ଲାସ ୱାନ୍‌ ଏବଂ ୭ ଜଣ କ୍ଲାସ୍ ଟୁ ଅଫିସର ଅଛନ୍ତି । ବିଜେଡି ସରକାରର ଲୋକ ବିରୋଧୀ କାର୍ଯ୍ୟ ଯୋଗୁଁ ୨୪ ବର୍ଷର ସରକାରର ପତନ ଘଟିଲା ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା