ଓଡିଶା

ଆଜି ୧୫ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି…

ବ୍ୟୁରୋ ରିପୋର୍ଟ : କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ବ୍ୟାପିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି ।

https://x.com/mcbbsr/status/1838474455879721120/photo/1

ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ଆସନ୍ତା ୨୭ ତାରିଖ ସକାଳ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଆଜି ୧୫ ଜିଲ୍ଲାରେ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁରରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ । ଏ ନେଇ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହି ସମୟରେ କଟକ, ଜଗତସିଂହପୁର, ନୟାଗଡ଼, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିବ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା