ଓଡିଶା

ଗଜପତିରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଯାପିତ…

ଗଜପତି, (ଏଫ୍ଟୁଏସ୍ / ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡିସ୍ଥିତ ଗଜପତି ଷ୍ଟାଡିୟମଠାରେ ତିନି ଦିନ ଧରି ଚାଲିଥିବା ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଯାପିତ ହୋଇଯାଇଅଛି । ରାଜ୍ୟ ସରକାରଙ୍କ ଶହେ ଦିନ ପୂରଣ ମଧ୍ୟରେ ଆରମ୍ଭ ହୋଇଥିବା ବିଭିନ୍ନ ଲୋକାଭିମୁଖୀ ଯୋଜନା ଗୁଡ଼ିକର ସୂଚନା-ଶିକ୍ଷା-ସଞ୍ଚାର କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନତା ସୃଷ୍ଟି ପାଇଁ ବିକାଶ ମେଳା କାର୍ଯ୍ୟକ୍ରମ ଚାଲିଥିଲା । ଏହାର ଉଦ୍ଧେଶ୍ୟ ସରକାରଙ୍କ ସମସ୍ତ ଯୋଜନା ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା । ଉଦଯାପନ ଦିବସରେ ଡ.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଗଜପତି ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ସେହିପରି ଓରମାସ ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗ ଦ୍ୱାରା ଷ୍ଟଲ ଖୋଲାଯାଇ ସରକାରୀ ଯୋଜନା ଉପରେ ସଚେତନତା କରଯାଇଥିଲା । ପ୍ରତିଦିନ ସନ୍ଧ୍ୟାରେ ଜିଲ୍ଲାର କଳାକାରମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହି ଅବସରରେ ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳାମାନଙ୍କ ଦ୍ୱାରା ଉତ୍ପାଦିତ ବିଭିନ୍ନ ସାମଗ୍ରୀ ବିକ୍ରୟ ହୋଇଥିଲା ।

ଆୟୋଜିତ ବିକାଶ ମେଳାରେ ମୋଟ ୩୦ଟି ଷ୍ଟଲ ସ୍ଥାନ ପାଇଥିବା ବେଳେ ଏଗୁଡିକରେ ହସ୍ତଶିଳ୍ପ କାରିଗର, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଓ ମହିଳା ସ୍ୱଂୟ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ଉତ୍ପାଦିତ ବିଭିନ୍ନ ସାମଗ୍ରୀର ପ୍ରଦର୍ଶନୀ କରିବା ସହିତ ସଚେତନତା କରାଯାଇଛି । ସେହିପରି ଓରମାସ୍, ପଞ୍ଚାୟତରାଜ ବିଭାଗ, ମିଶନ ଶକ୍ତି, ଶିକ୍ଷା ବିଭାଗ, ପର୍ଯ୍ୟଟନ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, କୃଷି ବିଭାଗ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଉଦ୍ୟାନ ବିଭାଗ, ଶ୍ରମ ବିଭାଗ, ଜିଲ୍ଲା ଶିଳ୍ପକେନ୍ଦ୍ର, ମତ୍ସ୍ୟ ଓ ପଶୁପାଳନ ବିଭାଗ ପକ୍ଷରୁ ପ୍ରଦର୍ଶନୀ ତଥା ସଚେତନତା ଷ୍ଟଲ ଖୋଲାଯାଇଥିଲା । ଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଡ.ଗୁଣନିଧି ନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲା ପରିଷଦ, ଶ୍ରୀ ଅନୁପ ପଣ୍ଡା ଉପ ଜିଲ୍ଲାପାଳ ପାରଳାଖେମୁଣ୍ଡି, ଓରମାସ ଡେପୁଟି ସିଇଓ ଶ୍ରୀ ସୁବଳ ଜେନାମଣି, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ପ୍ରକଳ୍ପ ସଂଯୋଜକ, ମିଶନ ଶକ୍ତି ଶ୍ରୀ ଟିମନ ବାରା, ଡେପୁଟି କଲେକ୍ଟର ଶ୍ରୀ ପାଣକୃଷ୍ଣ ପାଣିଗ୍ରାହୀ, ଶ୍ରୀମତୀ ମୋନରମା ଦେବି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା