ଓଡିଶା

ବିଶ୍ୱ ତମାଖୁ ବର୍ଜନ ପକ୍ଷରେ ଉତ୍ତମ ପ୍ରଦର୍ଶନ କରି ଓଡିଶା ପାଇଲା ୨ୟ ସ୍ଥାନ…

ଭୁବନେଶ୍ୱର, (ଏଫ୍ଟୁଏସ୍) : ବିଶ୍ୱ ତମାଖୁ ବର୍ଜନ ଦିବସ -୨୦୨୪ ଉପଲକ୍ଷେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଉତ୍ତମ ପ୍ରଦର୍ଶନକରୀ ଓଡିଶା ଦେଶରେ ଦ୍ୱିତୀୟ ସ୍ଥାନ ଅଧିକାର କରି ସମ୍ମାନିତ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଅଧିନସ୍ଥ ମୌଲାନା ଆଜାଦ ଇନଷ୍ଟିଚ୍ୟୁଟ୍ ଅଫ୍ ଡେଣ୍ଟାଲ ସାଇନ୍ସର ମୁଖ୍ୟ ସ୍ୱାସ୍ଥ୍ୟ ଏବଂ ତମାଖୁ ବର୍ଜନ ଜାତୀୟ ସମ୍ବଳ କେନ୍ଦ୍ର ଦ୍ୱାରା ତମାଖୁ ବର୍ଜନ ସମ୍ପର୍କିତ ବିଭିନ୍ନ ପଦକ୍ଷେପର ସବିଶେଷ ମୂଲ୍ୟାଙ୍କନ କରାଯାଇ ଓଡିଶାକୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।
ଜାତୀୟ ସ୍ୱାସ୍ଥ୍ୟ ମିଶନର ଅତିରିକ୍ତ ଶାସନ ସଚିବ ତଥା ମିଶନ ନିର୍ଦ୍ଦେଶିକା ଶ୍ରୀମତୀ ଆରାଧନା ପଟ୍ଟନାୟକ ଅନ୍ୟ ଅତିଥିମାନେ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ପ୍ରତିନିଧିତ୍ୱ କରିଥିବା ନିର୍ଦ୍ଦେଶକ, ଜନସ୍ୱାସ୍ଥ୍ୟ ଡା ନୀଳକଣ୍ଠ ମିଶ୍ରଙ୍କୁ ମାନପତ୍ର ଏବଂ ଉପଢୌକନ ପ୍ରଦାନ କରି ସମ୍ମାନିତ କରିଥିଲେ । ମଇ ୨୦ ରୁ ଜୁନ ୫ ତାରିଖ ପର୍ଯ୍ୟନ୍ତ ବିଶ୍ୱ ତମାଖୁ ବର୍ଜନ ପକ୍ଷ ପାଳନ ଅବସରରେ ଦେଶ ତମାମ ନିଆଯାଇଥିବା ବିଭିନ୍ନ ପଦକ୍ଷେପକୁ ଆକଳନ କରାଯାଇ ଓଡିଶାକୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା