ଆଜି ଗାନ୍ଧୀ ଏବଂ ଶାସ୍ତ୍ରୀଙ୍କୁ ମନେପକାଇଛନ୍ତି ଦେଶବାସୀ…

ଆଜି ଗାନ୍ଧୀ ଏବଂ ଶାସ୍ତ୍ରୀଙ୍କୁ ମନେପକାଇଛନ୍ତି ଦେଶବାସୀ । ଜାତିର ପିତା ମୋହନ ଦାସ କରମ ଚାନ୍ଦ ଗାନ୍ଧିଙ୍କ ଆଜି ୧୫୫ତମ ଜନ୍ମ ଦିବସ । ଏହି ଅବସରରେ ବାପୁଙ୍କୁ ମନେ ପକାଇ ସମଗ୍ର ଦେଶରେ ଆୟୋଜିତ ହୋଇଛି ବିଭିନ୍ନ କାର୍ଯ୍ୟକ୍ରମ । ଦିଲ୍ଲୀ ରାଜଘାଟ ସ୍ଥିତ ବାପୁ ସ୍ମୃତି ପୀଠରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ବ୍ୟକ୍ତି ବିଶେଷ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଆଜିର ଦିନକୁ ସ୍ୱଚ୍ଛ ଭାରତର ସଫଳତା ଦିବସ ଭାବେ ପାଳନ କରାଯାଉଛି ।
ସେହିପରି ଆଜି ହେଉଛି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ୧୨୦ତମ ଜନ୍ମ ଦିବସ । ୧୯୦୪ ମସିହା ଉତ୍ତରପ୍ରଦେଶର ମୋଗଲ ସରାଇରେ ଏକ ସାଧାରଣ ପରିବାରରେ ଜନ୍ମ ଗ୍ରହଣ କରିଥିବା ଶାସ୍ତ୍ରୀ । ପିଲାଟି ଦିନୁ ସେ ବେଶ୍ ନମ୍ର, ଶାନ୍ତ ଓ ସରଳ ଥିଲେ । ମହାତ୍ମା ଗାନ୍ଧିଙ୍କ ଡାକରାରେ ସେ ସ୍ୱାଧୀନତା ଆନ୍ଦୋଳନରେ ସାମିଲ ହୋଇଥିଲେ । ଦେଶ ସ୍ୱାଧୀନ ହେବା ପରେ ଜବାହାରଲାଲ ନେହରୁଙ୍କ ମନ୍ତ୍ରିମଣ୍ଡଳରେ ପ୍ରଥମେ ରେଳମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ଶାସ୍ତ୍ରୀ । ପରେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇଥିଲେ । ତାଙ୍କ ସ୍ଲୋଗାନ ‘ଜୟ ଯବାନ ଏବଂ ଜୟ କିଶାନ’ ଆଜି ବି ଦେଶ ପାଇଁ ଅମର ହୋଇ ରହିଛି ।