ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ଗଜପତି, (ଏଫ୍ଟୁଏସ୍/ ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଜତିନ୍ଦ୍ର କୁମାର ପଣ୍ଡା, ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ.ଆନନ୍ଦ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡ଼.ଗୁଣନିଧି ନାୟକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ, ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଓ ଉପ ଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି, କତଳକଇଠା, ବାଘଶାଳ, ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ୮୫ ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୬୬ ଟି, ଗ୍ରାମ ଭିତ୍ତିକ ସମସ୍ୟା- ୧୯ଟି ଓ ୮ଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆୟୋଜିତ ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ, ରାସ୍ତା ଓ ସ୍ୱାସ୍ଥ୍ୟ ସମସ୍ୟା ସମ୍ବନ୍ଧୀୟ ଅଭିଯୋଗ ଆସିଥିଲା ।
ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣିରେ ଗୋଷାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ଏନ୍ ବୀରାରାଜୁ, ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ମାଧବନନ୍ଦ ନାୟକ, ଅଭିଯୋଗ ଶୁଣାଣିର ନୋଡାଲ ଅଧିକାରୀ ତଥା ଡେପୁଟି କଲେକ୍ଟର ଲିପିନା ଦାସ, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଜୟ କୁମାର ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ମହମ୍ମଦ ଆଲ୍ଲୀ, ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ ।