ଓଡିଶା

ବିଜେବି କଲେଜ MAJMC ବିଭାଗର ପ୍ରଥମ ବନ୍ଧୁ ମିଳନ…

ଭୁବନେଶ୍ୱର, (ଏଫ୍ଟୁଏସ୍) : ବିଜେବି ଏମ୍.ଏ.ଜେ.ଏମ୍.ସି ବିଭାଗର ପୁରାତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ଗଠନ ହୋଇଥିବା ଆଲୁମିନା ଆସୋସିଏସନ୍ ର ପ୍ରଥମ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱର ଖଣ୍ଡଗିରି ନିକଟସ୍ଥ ଜୟଦେବ ବାଟିକାରେ ଆୟୋଜିତ ଏହି ମିଳନ ପର୍ବରେ ବହୁ ପୁରାତନ ଛାତ୍ରଛାତ୍ରୀ ଯୋଗ ଦେଇ ନିଜର ଅଭିଜ୍ଞତା ବଖାଣିଥିଲେ । ଏହି ଅବସରରେ କଲେଜରେ ବିତିଥିବା ସ୍ମରଣୀୟ ମୁହୂର୍ତ୍ତକୁ ପୁନଃ ସ୍ମରଣ କରି ନାଚଗୀତ ଓ ଭୋଜିଭାତର ମଜା ନେଇଥିଲେ ସମସ୍ତ ଆଲୁମିନା ସଦସ୍ୟ । ସବୁଜ ପରିବେଶ ଲକ୍ଷ୍ୟରେ ‘ବୃକ୍ଷ ବନ୍ଧୁ’ କାର୍ଯ୍ୟକ୍ରମ ଜରିଆରେ ଆଲୁମିନାର ଶତାଧିକ ସଦସ୍ୟଙ୍କୁ ଉପସ୍ଥିତ ଅତିଥିମାନେ ବୃକ୍ଷ ଚାରା ବଣ୍ଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ରୂପେ ଏକକ ବ୍ୟବହୃତ ପ୍ଲାଷ୍ଟିକ ବର୍ଜନ କରାଯାଇଥିଲା । ତେବେ ଆଗାମୀ ଦିନରେ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କୁ ସ୍ୱେଚ୍ଛାକୃତ ଭାବେ ଦକ୍ଷ କରିବା ଦିଗରେ ଏହି ଅନୁଷ୍ଠାନ କାର୍ଯ୍ୟ କରିବ ବୋଲି ନିଷ୍ପତ୍ତି ଗ୍ରହଣ ହୋଇଛି । ଆୟୋଜିତ ଏହାର ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଜେବି କଲେଜର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗୀୟ ମୁଖ୍ୟ ପ୍ରଫେସର ନଳୀନ କୁମାର ପାତ୍ର ଯୋଗ ଦେଇଥିଲେ । ଉପଦେଷ୍ଟା ସ୍ୱୟଂ ପ୍ରକାଶ ମହାପାତ୍ର, ସଭାପତି ଦିଲ୍ଲୀପ କୁମାର ରାଉତ, ସାଧାରଣ ସମ୍ପାଦକ ଲିପୁନ କୁମାର ପରିଡ଼ାଙ୍କ ସମେତ ଆଲୁମିନା ଆସୋସିଏସନର ବରିଷ୍ଠ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା