ଓଡିଶା

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ଲୋକାର୍ପଣ କଲେ ମହାମିହମ ରାଷ୍ଟ୍ରପତି…

ଭୁବନେଶ୍ୱରରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ ରାଷ୍ଟ୍ରପତି । ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ତା’ପରେ ରାଷ୍ଟ୍ରପତି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଚନ୍ଦ୍ରଶେଖରପୁରସ୍ଥିତ ନୀଳାଦ୍ରି ବିହାର ଯାଇଥିଲେ । ସେଠାରେ ତାଙ୍କୁ ସ୍ୱାଗତ କରିଥିଲେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ନୀଳାଦ୍ରି ବିହାରରେ ପହଞ୍ଚି ଆଦିବାସୀ ଦେବସ୍ଥାନ ସାନ୍ତାଳୀ ପୀଠରେ ପୂଜାର୍ଚ୍ଚନା କରିବା ପରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ଲୋକାର୍ପଣ କରିଥିଲେ ମହାମିହମ । ତା’ପରେ ପାଖରେ ଥିବା ଏକ ପାର୍କ ବୁଲି ଦେଖିଥିଲେ ।

ଓଡିଶାରେ ୫ ଦିନ ରହିବେ ରାଷ୍ଟ୍ରପତି । ଆଜି ରାତିରେ ରାଷ୍ଟ୍ରପତି ରାଜ ଭବନରେ ରହିବେ । ଆସନ୍ତାକାଲି ସକାଳେ ପୁରୀ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି । ଅପରାହ୍ନରେ ନୌସେନା ଦିବସ ଅବସରରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ସାମିଲ ହେବେ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା