ଓଡିଶା

ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ୯୬ ପ୍ରତିଶତ । ପ୍ରକାଶ ପାଇଲା ଦଶମ ପରୀକ୍ଷା ଫଳ…

ପ୍ରକାଶ ପାଇଲା ଦଶମ ପରୀକ୍ଷା ଫଳ । କଟକ ସ୍ଥିତ ବୋର୍ଡ ଅଫିସର ମୁଖ୍ୟ କାର୍ଯ୍ୟାଳୟରେ ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଓ ସଚିବଙ୍କ ଉପସ୍ଥିତିରେ ପରୀକ୍ଷା ଫଳ ପୁସ୍ତକ ଉନ୍ମୋଚିତ ହୋଇଛି । ଚଳିତ ଥର ମାଟ୍ରିକରେ ୯୪.୯୩ ପ୍ରତିଶତ ରେଜଲ୍ଟ ହୋଇଛି । ପୁଅଙ୍କ ପାସ ହାର ୯୪ ପ୍ରତିଶତ ରହିଥିବା ବେଳେ ଝିଅଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି । ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ । ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍‌ରେ ଫଳାଫଳ ଯାଞ୍ଚ କରିପାରିବେ ଛାତ୍ରଛାତ୍ରୀ । ଏହା ସହିତ, ଏସ୍‌ଏମ୍‌ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ବୋର୍ଡ ପକ୍ଷରୁ ଉପଲବ୍ଧ କରାଯିବ। ଯେଉଁମାନେ ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ, ସେମାନେ ପୁନଃ ମୂଲ୍ୟାୟନ କିମ୍ବା ପୁନଃଯାଞ୍ଚ ପାଇଁ ଆବେଦନ କରିପାରିବେ । 

ଚଳିତ ବର୍ଷ ରାଜ୍ୟର ୩ ହଜାର ୨୯ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୨ ହଜାର ୪୧୭ ଜଣ ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେଇଥଲେ । ସେମାନଙ୍କ ମଧ୍ୟରୁ ପାସ୍ କରିଛନ୍ତି ୪ ଲକ୍ଷ ୮୪ ହଜାର ୮୬୩ ଜଣ । ତେବେ ୧୮୧୨ ଜଣ A1 ଗ୍ରେଡ ପାଇଥିବାବେଳେ, ୧୨ ହଜାର ୨୦୦ ଜଣ ଛାତ୍ରଛାତ୍ରୀ A2 ଗ୍ରେଡ ପାଇଛନ୍ତି । ସେହିପରି B1 ଗ୍ରେଡ ପାଇଛନ୍ତି ୩୮ ହଜାର ୮୩୧ ଜଣ ଛାତ୍ରଛାତ୍ରୀ। B2 ଗ୍ରେଡ ପାଇଛନ୍ତି ୮୪,୯୭୧ ଜଣ ଛାତ୍ରଛାତ୍ରୀ । C ଗ୍ରେଡ ୧ ଲକ୍ଷ ୩୩ ହଜାର ୮୮୨ ଜଣ ଛାତ୍ରଛାତ୍ରୀ ପାଇଥିବାବେଳେ D ଗ୍ରେଡ ପାଇଛନ୍ତି ୧ ଲକ୍ଷ ୪୬ ହଜାର ୧୫୪ ଜଣ ଛାତ୍ରଛାତ୍ରୀ । E ଗ୍ରେଡ ପାଇଛନ୍ତି ୭୬,୦୧୩ ଜଣ ଛାତ୍ରଛାତ୍ରୀ ଏବଂ F ଗ୍ରେଡ ପାଇଛନ୍ତି ୭,୩୮୪ ଜଣ ଛାତ୍ରଛାତ୍ରୀ । ଗଜପତି ଜିଲ୍ଲାରେ ସର୍ବାଧିକ ପାସହାର ୯୯.୩୫ ପ୍ରତିଶତ ରହିଛି । ସେହିଭଳି କୋରାପୁଟ ଜିଲ୍ଲାରେ ସର୍ବନିମ୍ନ ପାସ ହାର  ୯୨.୮୩ ପ୍ରତିଶତ ଅଛି   ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା