ଓଡିଶା

ଟ୍ୱିନ୍‌ ସିଟିକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

‘ଜୱାଦ’ ପ୍ରଭାବରେ ଭୁବନେଶ୍ୱର ଓ କଟକର କିଛି ସ୍ଥାନରେ ଆଜିଠାରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଟ୍ୱିନ୍‌ ସିଟିକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ଉତ୍ତର ଓଡ଼ିଶାରେ ବର୍ଷା ଲାଗି ରହିପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଭୁବନେଶ୍ୱର ଓ କଟକରେ କିଛି ସ୍ଥାନରେ ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।

ବାତ୍ୟା ଜୱାଦ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ବାଲେଶ୍ୱର ଆଦି ଜିଲ୍ଲାଗୁଡ଼ିକରେ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ପୁରୀ ଓ ଖୋର୍ଦ୍ଧା ଆଦି ୭ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ବାତ୍ୟା ପ୍ରଭାବରେ ପୁରୀ, ଖୋର୍ଦ୍ଧା ଓ ଭଦ୍ରକ ଅଞ୍ଚଳରେ ୮୦ରୁ ୯୦ ମିମି ବର୍ଷା ହେବା ସହ ବାଲେଶ୍ୱର, ମୟୂରଭଞ୍ଜରେ ୬୦-୭୦ ମିମି ବର୍ଷା ହେବା ନେଇ ଅନୁମାନ କରାଯାଉଛି । ତେବେ ଚଳିତ ମାସ ତୃତୀୟ ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ଦକ୍ଷିଣ ଉପକୂଳରେ ପହଞ୍ଚିବା ପୂର୍ବରୁ ଦୁର୍ବଳ ହେବାର ସମ୍ଭାବନା ରହିଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା