ଓଡିଶା

ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି

ରାଜ୍ୟରେ ବଢ଼ିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା । ଶନିବାର ରାଜ୍ୟର ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବା ସହିତ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି । ଏନେଇ ଆଜି ଆଇଏଲ୍‌ଏସ୍‌ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ତିନି ଦିନ ହେଲା ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୧୦,୮୫୬ ସଂକ୍ରମିତ । ଖୋର୍ଦ୍ଧାରୁ ୩,୦୮୭, ସୁନ୍ଦରଗଡରୁ ୧,୯୪୩, କଟକରୁ ୯୦୯, ବାଲେଶ୍ୱରରେ ୩୨୬ ରୋଗୀ ଚିହ୍ନଟ ହୋଇଛନ୍ତି ।

ଅନ୍ୟପକ୍ଷରେ ଦେଶରେ ମଧ୍ୟ ଓମିକ୍ରନ ସଂଖ୍ୟା ବଢ଼ୁଛି । ଦିଲ୍ଲୀରେ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଥିବା ସୂଚନା ମିଳିଛି । ଓମିକ୍ରନର ଗୋଷ୍ଠୀ ସଂକ୍ରମଣକୁ ନେଇ ମିଳିଛି କ୍ଲିନିକାଲ୍ ପ୍ରମାଣ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା