ଓଡିଶା

ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଲା ଟ୍ରକ.. ବାଲେଶ୍ୱର ସୋର ବିଦୁ ଛକରେ ଭୟଙ୍କର ଦୁର୍ଘଟଣା

ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଲା ଟ୍ରକ । ବାଲେଶ୍ୱର ସୋର ବିଦୁ ଛକରେ ଘଟିଛି ଭୟଙ୍କର ଦୁର୍ଘଟଣା । ଦୁର୍ଘଟଣାରେ ଜଣେ ଶିଶୁ ସମେତ ୬ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା । ଦୁର୍ଘଟଣାରେ ୨୦ରୁ ଅଧିକ ଆହତ ସୂଚନା ।

ଦୁର୍ଘଟଣାଗ୍ରସ୍ତ ଘରୋଇ ବସ୍ ହେଉଛି ‘ଶାନ୍ତିଲତା’ । ବସଟି ଉଦଳାରୁ ଭୁବନେଶ୍ୱର ଯାଉଥିଲା । ବସ୍‌ରେ ପ୍ରାୟ ୪୦ରୁ ଅଧିକ ଯାତ୍ରୀ ଥିଲେ । ଦିନ ପ୍ରାୟ ସାଢ଼େ ଗୋଟାଏ ବେଳେ ବିଦୁ ଛକରେ ବସ୍ ଷ୍ଟପ୍‌ରେ ଅଟକିଥିଲା ବସ୍ । ସେଠାରେ ଯାତ୍ରୀମାନେ ଓହ୍ଲାଉଥିବା ବେଳେ ପଛରୁ ଆସୁଥିବା ଏକ କୋଇଲା ବୋଝେଇ ଟ୍ରକ୍ ବସ୍‌ଟିକୁ ଧକ୍କା ଦେଇଥିଲା । ଫଳରେ ବସ୍‌ଟି ରାସ୍ତାକଡ଼ ଖାଲକୁ ଓଲଟି ପଡ଼ିଥିଲା । ଦୁର୍ଘଟଣା ପରେ ସ୍ଥାନୀୟ ଲୋକ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାମ ଆରମ୍ଭ କରିଥିଲେ । ତେବେ ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାମ ଜାରି ରହିଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା