ଓଡିଶା

ଓଡିଶାରେ ଉତରପ୍ରଦେଶ ଲଖିମପୁର ଖେରି ହିଂସା ଘଟଣାର ପୁନରାବୃତ୍ତି

ଓଡିଶାରେ ଉତରପ୍ରଦେଶ ଲଖିମପୁର ଖେରି ହିଂସା ଘଟଣାର ପୁନରାବୃତ୍ତି । ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ନିକଟରେ ଲୋକଙ୍କ ଉପରେ ଗାଡି ଚଢ଼ାଇ ଦେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଘଟଣା ସ୍ଥଳରେ ୧୫ ବିଜେପି କର୍ମୀ ଓ ୯ ପୋଲିସ କର୍ମଚାରୀ ଆହତ ହୋଇଥିବା ସୂଚନା । ଏଥିସହ ୨ ସାମ୍ବାଦିକ ମଧ୍ୟ ଆହତ ହୋଇଥିବା ସୂଚନା । ଗୁରୁତରମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଧିକ ଗୁରୁତରମାନଙ୍କୁ ଭୁବନେଶ୍ୱର ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

ଏପରିକି ବିଧାୟକ ବ୍ଲକ ସୁରକ୍ଷାରେ ନିୟୋଜିତ ଥିବା ୯ ପୋଲିସଙ୍କ ଉପରେ ଗାଡି ଚଢ଼ାଇ ଦେଇଥିବା ଅଭିଯୋଗ ହୋଇଛି । ସବୁଠାରୁ ବଡ କଥା ହେଉଛି, ବିଧାୟକ ନିଜେ ଗାଡି ଚଳାଉଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି ।  ତେବେ ଏଥିରେ କାହାର ମୃତ୍ୟୁ ହୋଇନଥିବା ନେଇ ବାଣପୁର ଏସଡିପିଓ ସୂଚନା ଦେଇଛନ୍ତି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା