ଅସହ୍ୟ ତାତିରୁ ମିଳିବ ଆଶ୍ବସ୍ତି, ଆସୁଛି ଲଘୁଚାପ

ଆସୁଛି ଲଘୁଚାପ । ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଏ ସମ୍ପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇ କହିଛନ୍ତି ଯେ, ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୨୪ ଘଣ୍ଟା ପରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପ୍ରଭାବରେ ଆଣ୍ଡାମାନ ସାଗର ଆଖପାଖ ଅଞ୍ଚଳରେ ବର୍ଷା ଓ ପବନ ସମ୍ଭାବନା ରହିଛି । ଏହା