ଦେଶ ବିଦେଶ

ପ୍ରଧାନମନ୍ତ୍ରୀ ହୋଇପାରନ୍ତି ଶାହବାଜ ଶରିଫ !

ଆଜି ପାକିସ୍ତାନ ବାଛିବ ନୂଆ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଚୟନ ପାଇଁ ନାମାଙ୍କନପତ୍ର ଦାଖଲ କରାଯାଇଛି । ସଂଯୁକ୍ତ ବିରୋଧୀ ଦଳ ପକ୍ଷରୁ PML-N ନେତା ଶାହବାଜ ସରିଫ୍ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି ଇମ୍ରାନଙ୍କ ପାର୍ଟି ପିଟିଆଇ ପକ୍ଷରୁ ଶାହା ମେହମୁଦ କ୍ୟୁରେସୀ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି । ତେବେ ବିରୋଧୀ ଦଳ ନେତା ଶାହବାଜ ଶରିଫ ଦେଶର ୨୩ ତମ ପ୍ରଧାନମନ୍ତ୍ରୀ ବନିବା ଏକ ପ୍ରକାର ସ୍ପଷ୍ଟ ହୋଇଛି । ଶାହବାଜଙ୍କୁ ବିରୋଧୀ ଦଳମାନେ ପିଏମ୍ ପ୍ରାର୍ଥୀ ଭାବେ ମନୋନୀତ କରିଥିବାରୁ ସେ ଦେଶର ନୂଆ ପ୍ରଧାନମନ୍ତ୍ରୀ ହେବା ଏକ ପ୍ରକାର ନିଶ୍ଚିତ ହୋଇଛି ।

ଆଜି ଅପରାହ୍ଣ ୨ଟାରେ ସଂସଦର ଅଧିବେଶନ ବସି ନୂଆ ପ୍ରଧାନମନ୍ତ୍ରୀ ନିର୍ବାଚନ ଲାଗି ଭୋଟିଂ କରାଯିବ । ସେପଟେ ନୂଆ ସରକାର କୌଣସି ପ୍ରତିଶୋଧ ମୂଳକ ରାଜନୀତିରେ ସାମିଲ ହେବ ନାହିଁ ବୋଲି କହିଛନ୍ତି ଶାହବାଜ । ଏଥିସହ ନଓ୍ୱାଜ ଶରିଫଙ୍କ ବିରୋଧରେ ଆଇନ ଅନୁସାରେ ମାମଲା ଆଗେଇବ ଏବଂ କାଶ୍ମୀର ବିବାଦର ସମାଧାନ ନହେବା ଯାଏଁ ଭାରତ ସହ ସଂପର୍କ ସ୍ୱାଭାବିକ ହେବ ନାହିଁ ବୋଲି ସେ କହିଛନ୍ତି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଦେଶ ବିଦେଶ ବ୍ୟବସାୟ

କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ଏକ ସାମୂହିକ ପ୍ରୟାସ ହେବା ଆବଶ୍ୟକ: ନିର୍ମଳା ସୀତାରମଣ |

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ପାଇଁ ସାମୂହିକ ପ୍ରୟାସ ଆବଶ୍ୟକ, କାରଣ ଟେକ୍ନୋଲୋଜି କ୍ରମାଗତଭାବେ ବିକଶିତ ହେଉଛି ଏବଂ ବଦଳୁଛି
ଦେଶ ବିଦେଶ

କର୍ଣ୍ଣାଟକରେ ଓମିକ୍ରନ୍ ଭୟ: ମଲ୍, ସିନେମା ହଲ୍ ପରିଦର୍ଶନ ପାଇଁ ଦୁଇଟି ଡୋଜ୍ ଜରୁରୀ | ବିଦ୍ୟାଳୟଗୁଡ଼ିକ ପାଇଁ ମଧ୍ୟ ନୂତନ ନିୟମ |

କର୍ଣ୍ଣାଟକ ସରକାର ଶୁକ୍ରବାର ଦିନ ମଲ, ପ୍ରେକ୍ଷାଳୟ ଏବଂ ସିନେମା ହଲ ପାଇଁ ବାଧ୍ୟତାମୂଳକ କରିଛନ୍ତି ଯେ କେବଳ ସେହି ପରିଦର୍ଶକଙ୍କୁ କୋଭିଡ -19 ଟିକା ନେଇଛନ୍ତି।