ଓଡିଶା

ଆସନ୍ତା ୮ରେ ଅବପାତରେ ପରିଣତ ହୋଇପାରେ ସମ୍ଭାବ୍ୟ ବାତ୍ୟା, ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ବାରଣ !

ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଯାହାକି ଆସନ୍ତା ୬ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ । ଏହାପରେ ବାତ୍ୟା ନେଇ ସଠିକ୍‌ ଆକଳନ କରିହେବ । ବାତ୍ୟା ହେଲେ କେଉଁଠି ଲ୍ୟାଣ୍ଡଫଲ୍‌ କରିବ, ତୀବ୍ରତା କେତେ ରହିବ ଆଦିର ଆକଳନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ପଷ୍ଟ ହୋଇପାରିବ ବୋଲି କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ପ୍ରାକ୍ ମୌସୁମୀ ପରିବେଶ ବାତ୍ୟା ପାଇଁ ଅନୁକୂଳ ରହିଛି । ହେଲେ ଏ ଯାଏଁ କିଛି ସ୍ପଷ୍ଟ ହୋଇ ନ ଥିବା ବେଳେ ବାତ୍ୟା ଓଡ଼ିଶା ଉପକୂଳକୁ ଆସିବ କି ନାହିଁ ସେ ସମ୍ପର୍କରେ ବି ହୋଇପାରିନି ପୂର୍ବାନୁମାନ ।

ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆସନ୍ତା ୮ ତାରିଖରେ ଅବପାତରେ ପରିଣତ ହୋଇପାରେ । ମେ’ ମାସରେ ସୃଷ୍ଟି ହେଉଥିବା ଲଘୁଚାପ ବାତ୍ୟା ପାଇଁ ଅନୁକୂଳ କରିଥାଏ । ଓଡ଼ିଶା ଉପରେ ଏହାର କ’ଣ ପ୍ରଭାବ ରହିବ, ତାହା ବର୍ତ୍ତମାନଠୁ କହିହେବନି ବୋଲି କହିଛନ୍ତି ଆଇଏମଡି ଡିଜି ।

ଏନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଘୂର୍ଣ୍ଣିବଳୟ ଉପରିସ୍ଥ ବାୟୁମଣ୍ଡଳରେ ସୃଷ୍ଟି ହୋଇଛି । ୬ ତାରିଖ ସୁଦ୍ଧା ତାହା ଦକ୍ଷିଣ ଆଣ୍ଡାମାନ ସାଗର ଓ ନିକଟସ୍ଥ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ । ତା’ ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ୨ ଦିନ ପାଇଁ ଗତି କରିବ । ଏହା କ୍ରମଶଃ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ବାତ୍ୟା ହେଲେ ତାହା କେତେ ତୀବ୍ର ହେବ, କେଉଁ ଉପକୂଳରେ ପହଞ୍ଚିବ, କେଉଁ ଅଞ୍ଚଳ ବେଶି କ୍ଷତିଗ୍ରସ୍ତ ହେବ ସେ ନେଇ କିଛି ଆକଳନ କରାଯାଇନି ।

ତେବେ ଏ ଯାଏଁ ବାତ୍ୟା ନେଇ କିଛି ସ୍ପଷ୍ଟ ଚିତ୍ର ଆସି ନ ଥିବାବେଳେ ଆଣ୍ଡାମାନ ସାଗର, ନିକଟସ୍ଥ ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ମତ୍ସ୍ୟଜୀବୀଙ୍କୁ ଆସନ୍ତା ୫ରୁ ୮ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

ସେପଟେ, ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାପରେ ସମ୍ଭାବ୍ୟ ବାତ୍ୟାର ଦିଗ କୁଆଡେ ଯିବ ସେ ନେଇ କିଛି ସ୍ପଷ୍ଟ ଜଣାପଡିନାହିଁ । କିନ୍ତୁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ । ପ୍ରଭାବିତ ହେବାକୁ ଥିବା ସମ୍ଭାବ୍ୟ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟରେ ରଖାଯାଇଛି ।

ବ୍ୟୁରୋ ରିପୋର୍ଟ

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା