ଓଡିଶା ମନୋରଞ୍ଜନ

ଖୁବଶୀଘ୍ର ପରଦାକୁ ଆସୁଛି ‘ଡିଟେକ୍ଟିଭ୍ କରନ୍‌- ଅର୍ଜୁନ’

ରିଲିଜ ହେଲା ଜୀ ସାର୍ଥକର ନୂଆ ସିନେମା ‘ଡିଟେକ୍ଟିଭ୍ କରନ୍‌- ଅର୍ଜୁନ’ର ଅଡିଓ । ଫିଲ୍ମରେ ତିନିଟି ଗୀତ ରହିଥିବା ବେଳେ ଏଥିରେ ଡ. ନିର୍ମଳ ନାୟକ ଓ ଅଭିଜିତ ମଜୁମଦାରଙ୍କ ମ୍ୟୁଜିକାଲ ଯୋଡି ପୁଣିଥରେ ଦେଖିବାକୁ ମିଳିବ । ଯେଉଁଥିରୁ ‘ଭାଉଜ ଗୋ ଭାଉଜ’ ଗୀତଟି ମାର୍କେଟରେ ଚହଳ ସୃଷ୍ଟି କରିବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ଆଶା ପ୍ରକଟ ହୋଇଛି । ଏହି ଗୀତକୁ ନିଜେ ପପୁ ପମପମ ଗାଇଥିବା ବେଳେ ତାଙ୍କ ସହ ଗାଇଛନ୍ତି ସ୍ମୃତି । ସେହପରି ‘ ଏକ୍ ଦୋ ତିନି ଚାର୍‌, ଚାରିଆଡେ ଦିଶୁଛି ମୋ ପ୍ୟାର’ ଗୀତକୁ ଗାଇଛନ୍ତି ଅଭିଜିତ ମଜୁମଦାର ଓ ସଂଜୁ । ଅପରପକ୍ଷେ ‘ଛାଡରେ ସାଙ୍ଗ ଗନ୍ଧିଆ କଥା’ ଗୀତକୁ ଗାଇଛନ୍ତି ଇଶ୍ୱରୀ । ସମସ୍ତ ଗୀତକୁ ଡ. ନିର୍ମଳ ନାୟକ ଲେଖିଥିବା ବେଳେ ସଂଗୀତରେ ସଜାଇଛନ୍ତି ଅଭିଜିତ ମଜୁମଦାର ।

ଆସନ୍ତା ୧୫ ତାରିଖ ସଂଧ୍ୟା ୬ଟା ୩୦ରେ ଏହି ଚଳଚ୍ଚିତ୍ର ଜୀ ସାର୍ଥକରେ ରିଲିଜ ହେବ । ଜୀ ସାର୍ଥକ ଫିଲ୍ମସ ଓ ଲିପ୍ସା ପ୍ରଡକ୍ସନ ବ୍ୟାନରରେ ନିର୍ମାଣ ହୋଇଛି ନୂଆ ସିନେମା ‘ ଡିଟେକ୍ଟିଭ୍ କରନ୍ – ଅର୍ଜୁନ’ । ଏହି ଚଳଚ୍ଚିତ୍ରରେ ନୂଆ ଅବତାରରେ କମେଡି କିଙ୍ଗ ପପୁ ପମପମଙ୍କୁ ଦେଖିବାକୁ ମିଳିବ । ତାଙ୍କ ସହ ପ୍ରଜ୍ଞା ଖଟୁଆଙ୍କ ଦମଦାର ଅଭିନୟର ମଜା ନେବେ ଦର୍ଶକ । ଉଭୟ ପପୁ ଓ ପ୍ରଜ୍ଞା ‘କରନ୍‌- ଅର୍ଜୁନ୍‌’ ଭୂମିକାରେ ଅଭିନୟ କରିଛନ୍ତି । ସେହିପରି ନାୟିକା ସାଜିଛନ୍ତି ଅଭିନେତ୍ରୀ ପ୍ରିୟଙ୍କା ମହାନ୍ତି, ପ୍ରିୟଙ୍କା ମହାପାତ୍ର ଓ ଲିପ୍ସା ମିଶ୍ର ।

ଅନ୍ୟମାନଙ୍କ ମଧ୍ୟରେ ଟୁକୁନା ଷ୍ଟାଇଲିସ୍‌, ପ୍ରଜ୍ଞା ମହାନ୍ତି, ଜୀବନ ପଣ୍ଡା, କୁନା ତ୍ରିପାଠୀ, ହାଡୁ, ଅରବିନ୍ଦ ଷଢ଼ଙ୍ଗୀ, ରାଜୀବ, କାଳୀ, ମନୋଜ, ସୁଶା ଦିଗବିଜୟ, ସୁମିତ ଓ ସଂଗ୍ରାମ ପ୍ରମୁଖ ଅଭିନୟ କରିଛନ୍ତି । ପପୁ ପମପମ ନିଜେ ସିନେମାର କାହାଣୀ ଲେଖିଥିବା ବେଳେ ଅଶ୍ୱିନୀ ଗଡନାୟକ ନିର୍ଦ୍ଦେଶନା ଦେଇଛନ୍ତି । ଏହାର ସଂଳାପ ଲେଖିଛନ୍ତି ଟୁକୁନା ଷ୍ଟାଇଲିସ୍ ।

ଭୁବନେଶ୍ବରରୁ ଅଭିଜିତ ସିଂ

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା