ଓଡିଶା

ନବୀନଙ୍କ ନୂଆ ମନ୍ତ୍ରୀ ମଣ୍ଡଳରେ ବିଦା ହେଲେ ୧୦, ସ୍ଥାନ ପାଇଲେ ନୂଆ ୭

ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳରେ ଆଜି ମୋଟ ୨୧ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି । ସେମାନଙ୍କ ମଧ୍ୟରେ ୧୩ ଜଣ କ୍ୟାବିନେଟ୍ ମନ୍ତ୍ରୀ ଥିବା ବେଳେ ୮ ଜଣ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି । ଲୋକସେବା ଭବନର କନ୍‌ଭେନ୍‌ସନ୍ ସେଣ୍ଟରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ।

ଶପଥ ଗ୍ରହଣ କରିଥିବା କ୍ୟାବିନେଟ୍ ମନ୍ତ୍ରୀମାନେ ହେଲେ- ଜଗନ୍ନାଥ ସାରକା, ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ କୁମାର ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ, ନବ କିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ, ରାଜେନ୍ଦ୍ର ଢୋଲକିଆ ।

ସେହିପରି ଶପଥ ନେଇଥିବା ୮ ଜଣ ରାଷ୍ଟ୍ରମନ୍ତ୍ରୀ ହେଲେ- ସମୀର ରଞ୍ଜନ ଦାଶ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼େଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ବ୍ରମ୍ ।

ନବୀନଙ୍କ ଏହି ନୂଆ ମନ୍ତ୍ରୀମଣ୍ଡଳରେ ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ନବ କିଶୋର ଦାସ, ପ୍ରଫୁଲ୍ଲ କୁମାର ମଲ୍ଲିକ, ଟୁକୁନି ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ଜଗନ୍ନାଥ ସାରକା, ସମୀର ରଞ୍ଜନ ଦାଶ ଓ ତୁଷାରକାନ୍ତି ବେହେରା ପ୍ରମୁଖ ନିଜ ମନ୍ତ୍ରୀ ପଦ ବଜାୟ ରଖିଥିବାବେଳେ ଅଶୋକ ଚନ୍ଦ୍ର ପଣ୍ଡା ଓ ଜଗନ୍ନାଥ ସାରକା ରାଷ୍ଟ୍ରମନ୍ତ୍ରୀରୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟାକୁ ପଦୋନ୍ନତି ପାଇଛନ୍ତି ।

ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ, ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼େଇ, ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ, ବିଜେପୁର ବିଧାୟକ ରୀତା ସାହୁ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଜଳେଶ୍ୱର ବିଧାୟକ ଅଶ୍ୱିନୀ କୁମାର ପାତ୍ର ଓ କରଞ୍ଜିଆ ବିଧାୟକ ବାସନ୍ତୀ ହେମ୍ବ୍ରମ ଏଥର ନୂଆ ଚେହେରା ଭାବେ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି । ଏମାନେ ସମସ୍ତେ ପ୍ରଥମ ଥର ମନ୍ତ୍ରୀ ହୋଇଛନ୍ତି ।

ଅପରପକ୍ଷେ ପୂର୍ବ ମନ୍ତ୍ରିମଣ୍ଡଳର ସଦସ୍ୟ ପ୍ରତାପ ଜେନା, ଦିବ୍ୟଶଙ୍କର ମିଶ୍ର, ଅରୁଣ କୁମାର ସାହୁ, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ପ୍ରେମାନନ୍ଦ ନାୟକ, ସୁଶାନ୍ତ ସିଂହ, ପଦ୍ମନାଭ ବେହେରା, ସୁଦାମ ମାର୍ଣ୍ଡି, ରଘୁନନ୍ଦନ ଦାସ ଓ ପଦ୍ମିନୀ ଦିଆନ ପ୍ରମୁଖ ନୂଆ ମନ୍ତ୍ରିମଣ୍ଡଳରୁ ବାଦ ପଡ଼ିଛନ୍ତି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା