ଓଡିଶା

ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷାଫଳ

ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ନିର୍ଦ୍ଧାରିତ ସମୟ ସୁଦ୍ଧା ରେଜଲ୍ଟ ବାହାରିବା ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଛି ବୋଲି କହିଛନ୍ତି ମନ୍ତ୍ରୀ ।

ସୂଚନା ଅନୁସାରେ ରାଜ୍ୟରେ ଏପ୍ରିଲ ୨୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ମେ ୧୨ତାରିଖରେ ସମସ୍ତ ପରୀକ୍ଷା ଶେଷ ହୋଇଥିଲା । ଦୁଇ ବର୍ଷ ପରେ ପୁଣି ଅଫଲାଇନ୍‌ ପରୀକ୍ଷା ହୋଇଥିବା ବେଳେ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ପରୀକ୍ଷା ପରିଚାଳନା ପାଇଁ ରାଜ୍ୟର ୩୫ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଥିଲେ । ମୂଲ୍ୟାଙ୍କନ ପ୍ରକ୍ରିୟା ମେ ୨୧ ରୁ ୫୮ଟି ମୂଲ୍ୟାଙ୍କନ କେନ୍ଦ୍ରରେ ଆରମ୍ଭ ହୋଇ ଜୁନ୍ ୨ ତାରିଖରେ ଶେଷ ହୋଇଥିଲା । ମାଟ୍ରିକରେ ପ୍ରତି ବିଷୟରେ ୮୦ ନମ୍ବର ପରୀକ୍ଷା ‌ହୋଇଥିବା ବେଳେ ୫୦ ମାର୍କ ଅବ‌ଜେକ୍ଟିଭ୍ ଓ ୩୦ ମାର୍କ ସବଜେକ୍ଟିଭ୍ ପରୀକ୍ଷା କରାଯାଇଥିଲା । ଏହାପରେ ଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା