ଓଡିଶା

ପୁରୀରେ ହେବ ଓଡିଶାର ପ୍ରଥମ ମହିଳା ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଜୟନ୍ତୀ ପଟ୍ଟନାୟକଙ୍କ ଶେଷକୃତ୍ୟ

ଓଡିଶାର ପ୍ରଥମ ମହିଳା ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଜୟନ୍ତୀ ପଟ୍ଟନାୟକଙ୍କର ଗତକାଲି ପରଲୋକ ହୋଇଛି । ଆଜି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କ ଶେଷକୃତ୍ୟ କରାଯିବାର କାର୍ଯ୍ୟକ୍ରମ ରହିଛି । ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ ୯୦ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି । ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କ ଶେଷଦର୍ଶନ ପରେ କଂଗ୍ରେସ ଭବନରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ସେଠାରେ ଦଳୀୟ ନେତା ଓ କର୍ମୀ ସ୍ବର୍ଗତଃ ଜୟନ୍ତୀ ପଟ୍ଟନାୟକଙ୍କୁ ଅନ୍ତିମ ବିଦାୟ ଜଣାଇଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ପଟ୍ଟନାୟକଙ୍କ ପତ୍ନୀ ଜୟନ୍ତୀ ପଟ୍ଟନାୟକ ୪ ଥର ସାଂସଦ ଥିଲେ ଏଥିସହ ପ୍ରଥମ ଜାତୀୟ ମହିଳା କମିଶନର ଅଧ୍ୟକ୍ଷା ଥିଲେ ଜୟନ୍ତୀ ।

ମୃତ୍ୟୁ ବେଳକୁ ତାଙ୍କ ନିକଟରେ ପୁଅ ପୃଥିବଲ୍ଲଭ ପଟ୍ଟନାୟକ, ବୋହୂ ସସ୍ମିତା ପଟ୍ଟନାୟକ, ବଡ ଝିଅ ସୁଦତା ପଟ୍ଟନାୟକ, ଜ୍ୱାଇଁ ସୌମ୍ୟରଞ୍ଜନ ପଟ୍ଟନାୟକ, ନାତୁଣୀ ତନୟା ପଟ୍ଟନାୟକ, ନାତୁଣୀ ଜ୍ୱାଇଁ ସତ୍ୟସ୍ମୃତି ମହାନ୍ତି, ନାତୁଣୀ ତମନ୍ନା ପଟ୍ଟନାୟକ ଓ ତନ୍ମୟୀ ପଟ୍ଟନାୟକ ଉପସ୍ଥିତ ଥିଲେ । ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ୨୦୧୫ରେ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ମୃତ୍ୟୁ ହୋଇଥିଲା ।

ଜୟନ୍ତୀ ପଟ୍ଟନାୟକ ୧୯୫୩ ମସିହାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ବିବାହ କରିଥିଲେ । ଜୟନ୍ତୀ ପଟ୍ଟନାୟକ କଟକ ଓ ବ୍ରହ୍ମପୁରରୁ କଂଗ୍ରେସ ଟିକେଟରେ ଲଢି ଲୋକସଭାକୁ ନିର୍ବାଚିତ ହୋଇଥିଲେ । ଏହା ବାଦ୍ ପ୍ରଥମ ଓଡ଼ିଆ ଭାବେ ସେ ୧୯୮୭ ମସିହାରେ ଅଖିଳ ଭାରତ ମହିଳା କଂଗ୍ରେସର ସଭାପତି ହୋଇଥିଲେ । ୧୯୯୫ ମସିହା ପର୍ଯ୍ୟନ୍ତ ପ୍ରଥମ ଓଡ଼ିଆ ତଥା ପ୍ରଥମ ମହିଳା ଭାବେ ନବଗଠିତ ଜାତୀୟ ମହିଳା କମିସନର ଅଧ୍ୟକ୍ଷା ରହିଥିଲେ ଜୟନ୍ତୀ।୧୯୯୬ ମସିହାରେ ଜୟନ୍ତୀ ପଟ୍ଟନାୟକ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ।

୧୯୩୨ ମସିହା ଏପ୍ରିଲ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ ଜୟନ୍ତୀ ପଟ୍ଟନାୟକ । ଏକାଧାରରେ ଜଣେ ଅଗ୍ନିବର୍ଷୀ ନେତ୍ରୀ, ସୁସାହିତ୍ୟିକା, ଅନୁବାଦିକା, ସାହିତ୍ୟ ସଂଗଠିକା, ସମାଜସେବା ଓ ବକ୍ତା ଭାବେ ସାରା ଭାରତରେ ପରିଚିତ ଥିଲେ । ଓଡ଼ିଶାରୁ ପ୍ରଥମ ମହିଳା ଭାବେ ଲୋକସଭାକୁ ୧୯୮୧ ମସିହାରେ କଂଗ୍ରେସ ଟିକେଟରେ କଟକରୁ ନିର୍ବାଚିତ ହୋଇଥିଲେ ।

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନିରଞ୍ଜନ ପଟ୍ଟନାୟକଙ୍କ କନ୍ୟା ଜୟନ୍ତୀ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରିଣୀ । ସେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଦ୍ୱାରା ପ୍ରତିଷ୍ଠିତ ପତ୍ରିକା ‘ପୌରୁଷ’ର ସମ୍ପାଦକ ଦାୟିତ୍ୱ ବି ତୁଲାଇଥିଲେ । ୧୯୬୭ରେ ପ୍ରତିଷ୍ଠିତ ପୌରୁଷ ପତ୍ରିକାରେ ଧାରାବାହିକ ଭାବେ କେ.ଏମ୍. ମୁନ୍ସିଙ୍କର କୃଷ୍ଣାବତାରର ଅନୁବାଦ କରି ସେ ଓଡ଼ିଶାର ଘରେ ଘରେ ପରିଚିତା ହୋଇପାରିଥିଲେ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା