ଏରସମା ବ୍ଳକ ଗୋଡାରେ ଶେଷ ଦିନରେ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ

ଜଗତସିଂହପୁର ଜିଲ୍ଲା ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ ପକ୍ଷରୁ ଏରସମା ବ୍ଳକ ଗୋଡାଠାରେ ଶେଷଦିନରେ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ପଦ ଯାତ୍ରାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ନୟାଗଡ଼ ବିଧାୟକ ଅରୁଣ ସାହୁ, ବାଲିକୁଦା-ଏରସମା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ, ଜଗତସିଂହପୁର ସାଂସଦ ଡା ରାଜଶ୍ରୀ ମଲ୍ଲିକ, ବ୍ଲକ ଅଧ୍ୟକ୍ଷ ପ୍ରକାଶ ପ୍ରଧାନ, ଏରସମା ବ୍ଳକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ସଭ୍ୟଙ୍କ ସମେତ ବହୁ ନେତା ଓ କର୍ମୀମାନେ ସାମିଲ ଥିଲେ ।

ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନହିତକର ଯୋଜନା କିପରି ସାଧାରଣ ଲୋକଙ୍କ ନିକଟରେ ପହଞ୍ଚି ପାରିବ ସେ ସମ୍ପର୍କରେ ଲୋକଙ୍କ ସହ ଆଲୋଚନା କରିଥିଲେ ବିଜେଡି କର୍ମୀ । ତେବେ ଅକ୍ଟୋବର 2 ତାରିଖରୁ ଆରମ୍ଭ ହୋଇଥିବା ଏହି ପଦଯାତ୍ରା ସଫଳ ହୋଇଥିବା ଜିଲ୍ଲା ପର୍ଯ୍ୟବେକ୍ଷକ ଶ୍ରୀ ସାହୁ କହିଥିବା ବେଳେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନହିତକର ଯୋଜନା ସାଧାରଣ ଲୋକଙ୍କ ନିକଟରେ ପହଁଚି ପାରିଛି ବୋଲି ବିଧାୟକ ଶ୍ରୀ ଦାସ ମତବ୍ୟକ୍ତ କରିଛନ୍ତି ।
ଜଗତସିଂହପୁରରୁ ଶ୍ରୀରାଜ ସାହୁ