ଓଡିଶା କଳା ସଂସ୍କୃତି

“ପ୍ରଣାମୀ ପୂର୍ଣ୍ଣଚନ୍ଦ୍ର” ପୁସ୍ତକ ଲୋକାର୍ପିତ

ଗଜପତି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣି ସମାଜର ସଭାଗୃହରେ ସିଦ୍ଧାନ୍ତ ସାହିତ୍ୟ ଅନୁଷ୍ଠାନର ଅଧ୍ୟକ୍ଷା ଡକ୍ଟର ଅନ୍ନପୂର୍ଣ୍ଣା ଦେବୀଙ୍କ ସଭାପତିତ୍ୱରେ ଏକ ପୁସ୍ତକ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆଶାଲତା ପାଣିଗ୍ରାହୀ ଅତିଥି ଆବାହନ କରିଥିବା ବେଳେ ବି.କମଳାଙ୍ଗୀ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ । ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରିବା ସହ ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ଜୀବନୀ ଉପରେ ଶୁଭଶ୍ରୀ ନାୟକଙ୍କ ଦ୍ଵାରା ଲିଖିତ ପୁସ୍ତକ “ପ୍ରଣାମୀ ପୂର୍ଣ୍ଣଚନ୍ଦ୍ର” ଉନ୍ମୋଚିତ କରିଥିଲେ । ଏହି ଅବସରରେ ବାଲେଶ୍ଵର ଜିଲ୍ଲା ବସ୍ତାର କବି ଡକ୍ଟର ପ୍ରଦୀପ କୁମାର ମିଶ୍ରଙ୍କୁ  ମାନପତ୍ର ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମରେ ସମ୍ମାନିତ ବକ୍ତା ଭାବେ ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟର ସାହିତ୍ୟ ବିଭାଗର ମୁଖ୍ୟ ଡକ୍ଟର ଅଜୟ କୁମାର ତ୍ରିପାଠୀ, ଚାନ୍ଦିପୁଟ ମହାବିଦ୍ୟାଳୟର ଅଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ଶିକ୍ଷାବିତ୍ ସନାତନ ନାୟକ ପ୍ରମୁଖ ମଞ୍ଚାସିନ ଥିଲେ । ଏଥିରେ ଡକ୍ଟର କଲ୍ୟାଣି ମିଶ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ, ଅଧିବକ୍ତା ଇତିଶ୍ରୀ ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମକୁ ଓଡ଼ିଶା ସାହିତ୍ୟ ଏକାଡେମୀର ସଦସ୍ୟ ବିଚିତ୍ରା ନନ୍ଦ ବେବର୍ତ୍ତା ସଂଯୋଜନା କରିଥିଲେ ।

ଗଜପତିରୁ ବିବେକାନନ୍ଦ ବେହେରା

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା