ଓଡିଶା

ପୋଲିସ ଡିଜିଙ୍କ ବିରୋଧରେ ଥାନାରେ ଏଫ୍‌ଆଇଆର୍ !

କୋଦଳା (ବାପୁନି କୁମାର ମାଲୁ): ଗାନ୍ଧୀମାର୍ଗରେ ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରିଛି ବିଜେପି । ଏ ନେଇ ବିଜେପି ପକ୍ଷରୁ ରାଜ୍ୟବ୍ୟାପୀ ସମସ୍ତ ଥାନାରେ ଏଫ୍‌ଆଇଆର୍ ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଓ କୋଦଳା ଥାନାରେ ଥାନା ଅଧିକାରୀଙ୍କୁ ମଧ୍ୟ ଏତଲା ଦେଇଛି ବିଜେପି ।

ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପରେ ଆଇନଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଉଠିଥିବା ବିବାଦ ଏବେ ନୂଆ ମୋଡ ନେଇଛି । ଲୋୟର ପିଏମଜିରେ ବିଜେପିର ଆନ୍ଦୋଳନ ବେଳେ ହୋଇଥିବା ଖଣ୍ଡଯୁଦ୍ଧରେ ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଅଭିଯୋଗରେ ବିରୋଧୀ ଦଳ ପକ୍ଷରୁ ଏତଲା ଦିଆଯାଇଥିଲା । ତେବେ ଏହାକୁ ପୁଲିସ ଗ୍ରହଣ କରିନଥିବା ଅଭିଯୋଗରେ ବିଜେପି ପ୍ରତିବାଦ କରିବା ସହିତ ରାଜ୍ୟର ସବୁ ଥାନାରେ ଏତଲା ଦେଇଛି ।

କୋଦଳା ଏନ୍ଏସି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ, ମଣ୍ଡଳ ସଭାପତି ତଥା ଏନ୍ଏସି ଓ୍ବାର୍ଡ ସଭ୍ୟ ମଧୂସୁଦନ ଜେନା, ଓ୍ବାର୍ଡ ସଭ୍ୟା ରୀତାଞ୍ଜଳୀ ମିଶ୍ର, ଜିଲ୍ଲା ଯୁବମୋର୍ଚ୍ଚା ସଂପାଦକ ଆଲୋକ ଶତପଥୀ, ଜିଲ୍ଲା ପରିଷଦ ପ୍ରାର୍ଥୀ ସଞ୍ଜୟ କୁମାର ଘୋଷ ପ୍ରମୁଖ ଉପସ୍ଥିତ ରହି ବେଗୁନିଆପଡ଼ା ଓ କୋଦଳା ଥାନାରେ ଏତଲା ଦେଇଛନ୍ତି । ପୁଲିସ ଡିଜି, ପୁଲିସ କମିଶନର ଏବଂ ଭୁବନେଶ୍ୱର ଡିସିପିଙ୍କ ବିରୋଧରେ ଦଳ ପକ୍ଷରୁ ଏତଲା ଦିଆଯାଇଛି । ସେହିପରି ଆସନ୍ତା ସମୟରେ ରାଜ୍ୟର ସମସ୍ତ ଏସପି ଅଫିସ ଆଗରେ ବିଜେପି ଯୁବ ମୋର୍ଚ୍ଚା କର୍ମୀ ବିକ୍ଷୋଭ ପ୍ରଦର୍ଶନ କରିବ ବୋଲି ଦଳ ପକ୍ଷରୁ କୁହାଯାଇଛି । ଆଉ ଯଦି ଏଫ୍ଆଇଆର୍ ଥାନାରେ ଗ୍ରହଣ କରାନଯାଏ ତେବେ ବିଜେପି କୋର୍ଟଙ୍କ ଦ୍ୱାରସ୍ଥ ହେବ ବୋଲି ଚେତାବନୀ ଦେଇଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା