କବି ଶ୍ରୀ ଜୟଦେବ ଜୟନ୍ତୀ ଅବସରରେ ଆଲୋଚନା ଚକ୍ର ଅନୁଷ୍ଠିତ

ଗଜପତି : ଗଜପତି ଜିଲ୍ଲା ସଂସ୍କୃତି ବିଭାଗ ଓ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ସ୍ନାତକୋତ୍ତର ଓଡିଆ ଭାଷା ଓ ସାହିତ୍ୟ ବିଭାଗର ମିଳିତ ଆନୁକୁଲ୍ୟରେ ଶ୍ରୀ ଜୟଦେବ ଜୟନ୍ତୀ ପାଳନ କରାଯିବା ସହ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧକ୍ଷ ଡ଼. ଅଜୟ କୁମାର ତ୍ରିପାଠୀଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ଯୋଗ ଦେଇଥିଲେ । ଏଥିରେ ଅଧ୍ୟାପକ ସୌଦାଗର ସିଆ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ମୁଖ୍ୟବକ୍ତା ଭାବେ ଉପ-ସଚିବ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବ୍ରହ୍ମପୁରର ଡକ୍ଟର କୁଳମଣି ଓଝା ଯୋଗ ଦେଇ ଜୟଦେବଙ୍କ ଜୀବନୀ ଓ ଗୀତଗୋବିନ୍ଦ ସଂପର୍କରେ ବିଷଦ ଆଲୋଚନା କରିଥିଲେ । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ଏବଂ ସ୍ନାତକୋତ୍ତର ବିଭାଗର ଛାତ୍ରୀ ସୁଶ୍ରୀ ପ୍ରିୟା ପ୍ରଧାନ ଓ ରଶ୍ମିତା ଏହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ମୁଖ୍ୟ ଡ଼.ଚନ୍ଦ୍ରଶେଖର ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶେଷରେ ଅଧ୍ୟାପକ ଅର୍ଜୁନ ଜେନା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ବିଭିନ୍ନ ବିଭାଗର ଅଧିକାରୀ, ବରିଷ୍ଠ ନାଗରିକ, ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ଓଡ଼ିଆ ବକ୍ତୃତା ପ୍ରତିଯୋଗୀରେ ଉତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।
ରିପୋର୍ଟ: ଗଜପତିରୁ ବିବେକାନନ୍ଦ ବେହେରା