ଓଡିଶା ଓପିନିୟନ୍ ପୋଲ୍

ଭୋଟ୍ ଦେଉଛନ୍ତି ଝାରସୁଗୁଡାବାସୀ । କିଏ ପିନ୍ଧିବ ମୁକୁଟ ଅପେକ୍ଷା…

ଆଜି ଝାରସୁଗୁଡାବାସୀ ବାଛୁଛନ୍ତି ତାଙ୍କ ନେତା । ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ ପ୍ରକ୍ରିୟା । ଭୋଟ୍ ଦେବାକୁ ଲୋକଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଛି । ଉପନିର୍ବାଚନରେ ୨ ଲକ୍ଷ ୨୧ ହଜାର ୭୧୯ ଜଣ ଭୋଟର ମୋଟ ୨୫୩ ବୁଥରେ ମତଦାନ କରୁଛନ୍ତି । ପ୍ରତି ବୁଥରେ କେମିତି ଭୋଟଗ୍ରହଣ ଚାଲିଛି ତାହା ଉପରେ ନଜର ରଖାଯାଇଛି । କଡ଼ା ସୁରକ୍ଷା ମଧ୍ୟରେ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ମତଦାନ । ମୋଟ ୨୫୩ଟି ବୁଥରୁ ୨୨୭ଟି ଗ୍ରାମାଞ୍ଚଳ ଓ ଦୁର୍ଗମ ଅଞ୍ଚଳରେ ରହିଥିବାବେଳେ ବାକି ୨୬ଟି ବୁଥକୁ ପିଙ୍କ୍ ବୁଥ କରାଯାଇଛି । ପ୍ରତ୍ୟେକ ବୁଥରେ ୪ଜଣ ପୁଲିଂ ଅଫିସରଙ୍କୁ ନିଯୁକ୍ତି ଦିଆଯାଇଥିବାବେଳେ ୨୪ଟି ଟିମକୁ ରିଜର୍ଭ ରଖାଯାଇଛି ।

୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି, କଂଗ୍ରେସ ସହ ମୋଟ୍ ୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ବିଜେଡି ପ୍ରାର୍ଥୀ ଦୀପାଳି ଦାସ, ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କ ମଧ୍ୟରେ ଟକ୍କର ହେଉଛି ।

ଏହାଭିତରେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ୧୯ ନମ୍ବର ୱାର୍ଡର ୭୦ ନମ୍ବର ବୁଥରେ ଭୋଟ୍ ଦେଇଛନ୍ତି ।  ଅପରପକ୍ଷେ ସରବହାଲରେ ୩୩ ନମ୍ବର ବୁଥରେ ନିଜ ପରିବାର ସହ ଭୋଟ ଦେଇଛନ୍ତି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ।

ମତଦାନକୁ ସୁରୁଖୁରୁରେ ଓ ଶାନ୍ତି ଶୃଙ୍ଖଳାର ସହ କରିବା ଲାଗି ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି । ଆଇନଶୃଙ୍ଖଳା ଦାୟିତ୍ୱରେ ମୋଟ ୧୫୫ଜଣ ପୋଲିସ ଅଫିସର, ୧୭ ପ୍ଲାଟୁନ ଆର୍ମଡ ପୋଲିସ, ୩୨୩ଜଣ ହାବିଲଦାର, କନେଷ୍ଟବଳ ଓ ୨୦୫ଜଣ ହୋମଗାର୍ଡଙ୍କୁ ମିଶାଇ ମୋଟ ୧୮୧୪ଜଣ ପୋଲିସ କର୍ମୀଙ୍କ ସମେତ ୭ କମ୍ପାନୀ କେନ୍ଦ୍ରୀୟ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଏହି କେନ୍ଦ୍ରୀୟ ଫୋର୍ସ ୧୪୪ଟି ବୁଥ ଦାୟିତ୍ୱରେ ରହିଛନ୍ତି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା