ବେଆଇନ ବାଣ ତିଆରି କାରଖାନାରେ ବିସ୍ଫୋରଣ, ୫ ମୃତ

ପଶ୍ଚିମବଙ୍ଗର ପୂର୍ବ ମେଦିନିପୁର ଜିଲ୍ଲାରେ ଥିବା ବେଆଇନ ବାଣ ତିଆରି କାରଖାନାରେ ବିସ୍ଫୋରଣ । ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଥିବା ସୂଚନା । ସମସ୍ତ ଆହତଙ୍କ ଅବସ୍ଥା ଗୁରୁତର ରହିଛି ।
ବିସ୍ଫୋରଣ ଏତେ ଭୟାନକ ଥିଲା ଯେ ଘରଟି ପୂରା ନଷ୍ଟ ହୋଇଯାଇଛି । ମୃତାହତମାନେ ଏଣେତେଣେ ଛିଟିକି ପଡ଼ିଥିବା ଦୃଶ୍ୟ ଛାତି ଥରାଇଛି।
ଏପଟେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ଘଟଣାର ସିଆଇଡି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ପଶ୍ଚିମବଙ୍ଗରେ ରାଜନୀତି ଆରମ୍ଭ ହୋଇଯାଇଛି। ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ସେଠାରେ ତୃଣମୂଳ କଂଗ୍ରେସ (ଟିଏମ୍ସି) ପକ୍ଷରୁ ବୋମା ତିଆରି କରାଯାଉଥିଲା ବୋଲି ବିଜେପି ଅଭିଯୋଗ କରିଛି ।