ଓଡିଶା

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ଛାତ୍ରୀଙ୍କ ପାସ୍‌ ହାର ୯୭.୦୫%

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଫଳ ଘୋଷଣା କରିଛନ୍ତି । ଏଥର ପାସ୍ ହାର ୯୬.୪% ରହିଥିବାବେଳେ ଛାତ୍ରୀ ବାଜିମାତ କରିଛନ୍ତି ।

ଚଳିତ ବର୍ଷ ମୋଟ ୫ ଲକ୍ଷ ୨୭ ହଜାର ୩୭୪ ଜଣ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୧୬ ହଜାର ୪୩୫ ଜଣ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୩୮୬ ଜଣଙ୍କୁ ଏମ୍‌ପି କରାଯାଇଥିବା ବେଳେ ୫ ଲକ୍ଷ ୮ ହଜାର ୪୦୪ ଜଣ ପାସ୍ କରିଛନ୍ତି ।
ପାସ୍ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୪୧୫୮ ଜଣ A1 ଗ୍ରେଡରେ ପାସ୍ କରିଥିବା ବେଳେ ୨୯ ହଜାର ୮୩୮ ଜଣ A2, ୭୭ ହଜାର ୫୬୭ ଜଣ B1, ୧ଲକ୍ଷ ୧୮ ହଜାର ୭୫୦ ଜଣ B2, ୧ ଲକ୍ଷ ୨୧ ହଜାର ୬୧୧ ଜଣ C, ୯୫ ହଜାର ୬ ଜଣ D, ୬୧ ହଜାର ୪୭୪ ଜଣ E ଓ ୭୬୪୫ ଜଣ F ଗ୍ରେଡରେ ପାସ୍ କରିଛନ୍ତି।

ଛାତ୍ରଙ୍କ ଅପେକ୍ଷା ଛାତ୍ରୀଙ୍କ ପାସ୍ ହାର ଅଧିକ ରହିଛି । ଛାତ୍ରୀଙ୍କ ପାସ୍‌ ହାର ୯୭.୦୫% ରହିଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୯୫.୭୫% ରହିଛି ।୨ ଲକ୍ଷ ୫୭ ହଜାର ୧୦୬ ଜଣ ଛାତ୍ରୀ ପାସ୍ କରିଥିବା ବେଳେ ୨ ଲକ୍ଷ ୫୧ ହଜାର ୨୯୮ ଜଣ ଛାତ୍ର ପାସ୍ କରିଛନ୍ତି । ଚଳିତଥର ୩,୨୨୨ ସ୍କୁଲ ଶତପ୍ରତିଶତ ରେଜଲ୍ଟ କରିଛି।
ତେବେ ଗତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇପାରି ନଥିବା ବେଳେ ଚଳିତ ବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା