ଓଡିଶା

ତୃତୀୟ ଶ୍ରୀକ୍ଷେତ୍ର ରଥଯାତ୍ରା ପ୍ରସ୍ତୁତି ବୈଠକରେ ଅନୁପସ୍ଥିତ ରହିଲେ ସିଡିପିଓ

ନୀଳଗିରି: ତୃତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ବାଲେଶ୍ଵର ଜିଲ୍ଲାର ନୀଳଗିରି । ଏ ନେଇ ତୃତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରାର ପ୍ରଥମ ପ୍ରସ୍ତୁତି ବୈଠକ ଉପଜିଲାପାଳ ମନ୍ଦରଧର ମହାଳିକଙ୍କ ଅଧ୍ୟକ୍ଷତାରେ ନୀଳଗିରି ବ୍ଲକ୍ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଧାୟକ, ସାଂସଦ, ଠାକୁର ମାହାଲର ସଭାପତି, ଜିଲ୍ଲା ପରିଷଦ ସଭ୍ୟ, ବ୍ଲକ୍ ଅଧ୍ୟକ୍ଷା, ଏନଏସି ଅଧ୍ୟକ୍ଷା, ତହସିଲଦାରଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ଅପରପକ୍ଷେ କାର୍ଯ୍ୟକ୍ରମରେ କେତେକ ବିଭାଗର ପ୍ରମୁଖ ମୁଖ୍ୟ ପଦାଧିକାରୀ ଅନୁପସ୍ଥିତ ଥିବାରୁ ସେମାନଙ୍କ ବିରୁଦ୍ଧରେ କାରଣ ଦର୍ଶାଅ ନୋଟିସ୍ ଜାରି କରାଯିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ରଥଯାତ୍ରା ସମୟରେ ପ୍ରଦର୍ଶନୀ ହୋଇଥାଏ । ପ୍ରଦର୍ଶନୀରେ ବିଭିନ୍ନ ଷ୍ଟଲ୍ ସମ୍ପର୍କରେ ସିଡିପିଓଙ୍କ ସହିତ ଆଲୋଚନା ହେବାକୁ ଥିବାବେଳେ ସେ ବୈଠକରେ ଅନୁପସ୍ଥିତ ଥିଲେ । ଏଣୁ ତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିବାକୁ ସାଂସଦ ନିର୍ଦ୍ଦେଶ ଦେଇଛନ୍ତି ।

ଚଳିତ ରଥଯାତ୍ରା ସମୟରେ ପରିଷ୍କାର ପରିଚ୍ଛନ୍ନତା ଉପରେ ଗୁରୁତ୍ବ ଦିଆଯିବା ସହ ପାନୀୟ ଜଳ ଯୋଗାଣ, ନୀରବଛିନ୍ନ ବିଦ୍ୟୁତ ଯୋଗାଣ,  ଚିକିତ୍ସା ବ୍ୟବସ୍ଥା, ଟ୍ରାଫିକ ନିୟନ୍ତ୍ରଣ, ମଦ ଦୋକାନ ବନ୍ଦ କରାଯିବା, ରଥଦାଣ୍ଡ ପରିଷ୍କାର ପରିଚ୍ଛନ୍ନ ରଖାଯିବା ସହିତ ରଥଯାତ୍ରା ସମୟରେ ଅଧିକ ବସ ଚଳାଚଳ ପାଇଁ ନିଷ୍ପତ୍ତି ନିଆଯାଇଛି । ଆୟୋଜିତ ବୈଠକରେ ବିଭିନ୍ନ ବିଭାଗର କର୍ମଚାରୀ, ସ୍ଥାନୀୟ ଜନସାଧାରଣ, ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ରହି ନିଜର ମତାମତ ପ୍ରଦାନ କରିଥିଲେ । ଶେଷରେ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୀବର୍ଦ୍ଧନ ବିଶ୍ଵାଳ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ରିପୋର୍ଟ : ନୀଳଗିରିରୁ ସତ୍ୟାନନ୍ଦ ପାତ୍ର        

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା